Masthead

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଦିଲ୍ଲୀରେ ଅସମ୍ଭାଳ ହେଉଛି ସ୍ଥିତି । କେଉଁଠି ଅକ୍ସିଜେନ ମିଳୁନି ତ ଆଉ କେଉଁଠି ବେଡ । ଲୋକେମାନେ ନାହିଁ ନଥିବା ଅସୁବିଧା ହେଉଥିବାବେଳେ ହସ୍ପିଟାଲ ବାହାରେ ରୋଗୀଙ୍କୁ ଧରି ବସୁଛନ୍ତି । ମୃତ୍ୟୁ କଥା ତ ନକହିବା ଭଲ । ମଶାଣିରୁ ନିଆଁ ଲିଭୁ ନାହିଁ । ଶବମାନଙ୍କ ଲମ୍ବା ଧାଡ଼ି ଲାଗୁଛି । ମହାମାରୀ ସହ ଲଢିବାରେ ବିଫଳ ହୋଇଛି ଦିଲ୍ଲୀ ସରକାର ।

ଅଭିଯୋଗ କରିଛି କଂଗ୍ରେସ । ରାଷ୍ଟ୍ରପତି ଶାସନ ଜାରି କରିବା ପାଇଁ ଦାବି କରିଛି କଂଗ୍ରେସ । ଦିଲ୍ଲୀରେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର କରୋନା ମହାମାରୀ ସହ ଲଢିବାରେ ବିଫଳ ହୋଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି । ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅନୀଲ କୁମାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଲେଖିଥିବା ଚିଠିରେ ଅଭିଯୋଗ ଆଣିଛନ୍ତି ଯେ କିଛିଦିନ ହେବ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍ ଅଭାବ ଲାଗିରହିଛି ।

ଏହାସହ ହସ୍ପିଟାଲରେ ଅନ୍ୟାନ୍ୟ ସୁବିଧା ମଧ୍ୟ ଉପଲବ୍ଧ ହେଉନାହିଁ । ଲୋକଙ୍କୁ ହସ୍ପିଟାଲରେ ମରିବାକୁ ଛାଡି ଦିଆଯାଇଛି । ଅନୀଲ କୁମାର ଏହା ମଧ୍ୟ ଅଭିଯୋଗ କରିଛନ୍ତି ଯେ, ଏଭଳି ସ୍ବାସ୍ଥ୍ୟ ବିପତ୍ତି ସମୟରେ ରାଜ୍ୟ ସରକାର ଖାମଖିଆଲି ମନୋଭାବ ପୋଷଣ କରୁଛନ୍ତି । ଏଥିପାଇଁ ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରି କରାଯିବା ଉଚିତ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି