Masthead

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଦିଲ୍ଲୀରେ ଅସମ୍ଭାଳ ହେଉଛି ସ୍ଥିତି । କେଉଁଠି ଅକ୍ସିଜେନ ମିଳୁନି ତ ଆଉ କେଉଁଠି ବେଡ । ଲୋକେମାନେ ନାହିଁ ନଥିବା ଅସୁବିଧା ହେଉଥିବାବେଳେ ହସ୍ପିଟାଲ ବାହାରେ ରୋଗୀଙ୍କୁ ଧରି ବସୁଛନ୍ତି । ମୃତ୍ୟୁ କଥା ତ ନକହିବା ଭଲ । ମଶାଣିରୁ ନିଆଁ ଲିଭୁ ନାହିଁ । ଶବମାନଙ୍କ ଲମ୍ବା ଧାଡ଼ି ଲାଗୁଛି । ମହାମାରୀ ସହ ଲଢିବାରେ ବିଫଳ ହୋଇଛି ଦିଲ୍ଲୀ ସରକାର ।

ଅଭିଯୋଗ କରିଛି କଂଗ୍ରେସ । ରାଷ୍ଟ୍ରପତି ଶାସନ ଜାରି କରିବା ପାଇଁ ଦାବି କରିଛି କଂଗ୍ରେସ । ଦିଲ୍ଲୀରେ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର କରୋନା ମହାମାରୀ ସହ ଲଢିବାରେ ବିଫଳ ହୋଇଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି । ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅନୀଲ କୁମାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଲେଖିଥିବା ଚିଠିରେ ଅଭିଯୋଗ ଆଣିଛନ୍ତି ଯେ କିଛିଦିନ ହେବ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍ ଅଭାବ ଲାଗିରହିଛି ।

ଏହାସହ ହସ୍ପିଟାଲରେ ଅନ୍ୟାନ୍ୟ ସୁବିଧା ମଧ୍ୟ ଉପଲବ୍ଧ ହେଉନାହିଁ । ଲୋକଙ୍କୁ ହସ୍ପିଟାଲରେ ମରିବାକୁ ଛାଡି ଦିଆଯାଇଛି । ଅନୀଲ କୁମାର ଏହା ମଧ୍ୟ ଅଭିଯୋଗ କରିଛନ୍ତି ଯେ, ଏଭଳି ସ୍ବାସ୍ଥ୍ୟ ବିପତ୍ତି ସମୟରେ ରାଜ୍ୟ ସରକାର ଖାମଖିଆଲି ମନୋଭାବ ପୋଷଣ କରୁଛନ୍ତି । ଏଥିପାଇଁ ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରି କରାଯିବା ଉଚିତ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼