Masthead

ଗୋଟିଏ ଦିନରେ ୩ ସାମ୍ବାଦିକ ମୃତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । ରାଜ୍ୟରେ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବଢିଚାଲିଛି । କରୋନାରେ ଆଜି ରାଜ୍ୟର ୩ଜଣ ବରିଷ୍ଠ ସାମ୍ବାିକଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲାର ପ୍ରତିଭାବନ ସାମ୍ବାଦିକ ଭାନୁପ୍ରକାଶ ରଥ । ସେ ଦୀର୍ଘଦିନ ଧରି ଦୂରଦର୍ଶନ ଓ ଅ ଇଣ୍ଡିଆ ରେଡ଼ିଓ ରେ ଆଙ୍କର ଭାବରେ କାମ କରି ଆସୁଥିଲେ। ଏପ୍ରିଲ ୧୩ରେ ତାଙ୍କର ପଜିିଟିଭ ଆସିଥିଲା । ଅଧିକ ଚିକିତ୍ସା ପାଇଁ ସେ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ।

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆ । ସମ୍ବଲପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ନୂଆଦିଲ୍ଲୀ ସ୍ଥିତ ଜି ମିଡ଼ିଆରେ କାମ କରୁଥିବା ବେଳେ ଅସୁସ୍ଥ ହୋଇପଡିଥିଲେ । ପରେ ସେ ସମ୍ବଲପୁର ଫେରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକର ଦୁଧନାଳି ଗ୍ରାମର ଯୁବ ସାମ୍ବାଦିକ ରମେଶସେନ୍ ମୁଣ୍ଡାଙ୍କ ପରଲୋକ । ବୁଧବାର ବିଳମ୍ବିତ ରାତିରେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ତାଙ୍କର ମୃତ୍ୟୁ ଘଟିଛି। ରମେଶ ସାହାରପଡା ବ୍ଲକ ଅଞ୍ଚଳ ପାଇଁ ଏକ ୱେବ୍ ଚ୍ୟାନେଲର ପ୍ରତିନିଧି ଭାବରେ କାର୍ଯ୍ୟ କରୁଥିଲେ। ଦୁଇଦିନ ତଳେ ସେ ଥଣ୍ଡାରେ ପୀଡ଼ିତ ଥିଲେ । ହଠାତ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ କରଞ୍ଜିଆ ମେଡିକାଲରେ ଭର୍ତ୍ତି କରିଥିଲେ।ସେଠାରେ ତାଙ୍କର ମୃତ୍ୟୁ ଘଟିଛି ।
ତିନି ସାମ୍ବାଦିକଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ