Masthead

ଆଖିବୁଜିଲେ ସରୋବଜୀ..

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଲେ ପୂର୍ବତନ ଆଟର୍ଣ୍ଣି ଜେନେରାଲ ତଥା ପଦ୍ମବିଭୂଷଣ ସୋଲି ଜେହାଙ୍ଗୀର ସୋରାବଜୀ । ଆଜି ସକାଳେ ଦକ୍ଷିଣ ଦିଲ୍ଲୀସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ସୋରାବଜୀଙ୍କୁ ୯୧ବର୍ଷ ବୟସ ହୋଇଥିଲା । ୧୯୫୩ରେ ବମ୍ବେ ହାଇକୋର୍ଟରେ ସୋଲି ଓକିଲାତି ଜୀବନ ଆରମ୍ଭ କରିଥିଲେ । ୧୯୭୧ରେ ସେ ସୁପ୍ରିମକୋର୍ଟର ବରିଷ୍ଠ ଆଡ଼ଭୋକେଟ୍ ପାହ୍ୟାକୁ ଉତ୍ତୀର୍ଣ୍ଣ ହୋଇଥିଲେ । ପରେ ସେ ଦେଶର ଆଟର୍ଣ୍ଣି ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ ।

୧୯୮୯ରୁ ୯୦ ଓ ପରେ ୧୯୯୮ରୁ ୨୦୦୪ ପର୍ଯ୍ୟନ୍ତ ଆଟର୍ଣ୍ଣି ଜେନେରାଲ ଭାବେ କାର୍ଯ୍ୟ କରିଥିଲେ । ବାକ୍ ସ୍ୱାଧୀନତା ଓ ମାନବିକ ଅଧିକାର ପାଇର୍ ତାଙ୍କୁ ୨୦୦୨ରେ ପଦ୍ମବିଭୂଷଣ ସମ୍ମାନ ପ୍ରଦାନ କରାଯାଇଥିଲା । ତାଙ୍କ ବିୟୋଗ ଖବର ପାଇ ଶୀର୍ଷ କୋର୍ଟର ପ୍ରଧାନ ବିଚାରପତି ଏନ୍ଭି ରମଣା କହିଛନ୍ତି, ସୋଲି ଅତ୍ୟନ୍ତ ଦାୟିତ୍ୱବାନ ଭାବେ ଦୁଇ ଦୁଇଥର ଦେଶର ଆଟର୍ଣ୍ଣି ଜେନେରାଲ ପଦକୁ ସୂଚାରୁ ରୂପେ ନିର୍ବାହ କରିଛନ୍ତି । ସେହିପରି ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଶୋକ ପ୍ରକାଶ କରି ତାଙ୍କ ପରିବାରକୁ ସମବେଦନା ଜ୍ଞାପନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ