Masthead

ଆସନ୍ତା ୨୯ ତାରିଖ ଆରମ୍ଭ ହେବ ବିଧାନସଭା ଅଧିବେଶନ ।

ଆସନ୍ତା ୨୯ ତାରିଖ ଆରମ୍ଭ ହେବ ବିଧାନସଭା ଅଧିବେଶନ, ଏଥର କରୋନା ପରିଚାଳନା ଓ ବିଦ୍ୟୁତ ବିଲ ବୃଦ୍ଧିକୁ ନେଇ ସରକାରଙ୍କୁ ଘେରିବେ ବିରୋଧୀ, ଏଭଳି ସ୍ଥିତିର ମୁକାବିଲା ପାଇଁ ବିଜେଡି ପ୍ରସ୍ତୁତ କରିବ ରଣନୀତି l ବିଧାନସଭା ରଣନୀତି ପ୍ରସ୍ତୁତ ଆସନ୍ତା ୨୮ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅପରାହ୍ନ ୫.୩୦ ରେ ବସିବ ବୈଠକ । ଦଳର ସମସ୍ତ ବିଧାୟକ ବୈଠକରେ ଉପସ୍ଥିତ ରହିବାକୁ ଜାରି ହେଲା ହୁଇପ । ବୈଠକରେ ଉପସ୍ଥିତ ରହିବା ପାଇଁ ଚିଠି ଲେଖିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀଙ୍କୁ ସାମ୍ନା କରିବାକୁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ରଣନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ