Masthead

କାଳବୈଶାଖୀ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଳବୈଶାଖୀ ନେଇ ୧୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଥିବାରୁ ରାଜ୍ୟରେ ପାରଦ ଖସିବାରେ ଲାଗିଛି । ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୫, ୬ ଓ ୭ ତାରିଖ ଦିନ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

୫ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ଏବଂ ଝଡ଼ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା