Masthead

କାଳବୈଶାଖୀ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କାଳବୈଶାଖୀ ନେଇ ୧୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଥିବାରୁ ରାଜ୍ୟରେ ପାରଦ ଖସିବାରେ ଲାଗିଛି । ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୫, ୬ ଓ ୭ ତାରିଖ ଦିନ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

୫ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ଏବଂ ଝଡ଼ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ