Masthead

ସ୍କୁଲ ମିଶ୍ରଣକୁ ନା : ହାଇକୋର୍ଟ

କଟକ (ବଡ଼ ଖବର ବ୍ୟୁରୋ): ବନ୍ଦ ହେବ ନାହିଁ ସ୍କୁଲ । ସ୍କୁଲ ବନ୍ଦ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ନା । ସ୍କୁଲ ମିଶ୍ରଣ ବିଜ୍ଞପ୍ତି ରଦ୍ଦ କଲେ ହାଇକୋର୍ଟ । ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ ବନ୍ଦ ନିଷ୍ପତ୍ତିକୁ ଝଟକା । ହାଇକୋର୍ଟରେ ଏନେଇ ଆବେଦନ କରିଥିଲେ ଅଭିଭାବକ । ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ହୋଇଥିଲା ଚ୍ୟାଲେଞ୍ଜ । ପୂର୍ବରୁ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ । ରାଜ୍ୟର ବିଭିନ୍ନ ସ୍ଥାନରେ ୨୦ରୁ କମ୍ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ।

 ସେହି ଅନୁସାରେ ୨୦୨୦ ମାର୍ଚ୍ଚ ୧୧ ତାରିଖରେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।ଶିକ୍ଷାବିତ୍ ପ୍ରୀତୀଶ ଆଚାର୍ଯ୍ୟ ହାଇକୋର୍ଟଙ୍କ ଏହି ରାୟକୁ ସ୍ୱାଗତ କରିଛନ୍ତି। ସେ କହିଛନ୍ତି, ହାଇକୋର୍ଟଙ୍କ ଏହି ରାୟକୁ ରାଜ୍ୟ ସରକାର ମଧ୍ୟ ଗ୍ରହଣ କରି ନେବା ଉଚିତ୍। କାରଣ ସ୍କୁଲ୍ ମିଶ୍ରଣ ନୀତି ଦ୍ୱାରା ଗ୍ରାମାଞ୍ଚଳର ଅନେକ ପିଲା ଶିକ୍ଷାରୁ ବଞ୍ଚିତ ହୋଇଯାଇଥାନ୍ତେ। ଏବେ ଆମ ରାଜ୍ୟର ସାକ୍ଷରତା ହାର ୭୪-୭୫% ରହିଛି। ସରକାରଙ୍କ ସ୍କୁଲ୍ ମିଶ୍ରଣ ନୀତି ଦ୍ୱାରା ଏହି ହାର ଆହୁରି କମି ଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା