କଙ୍ଗନାଙ୍କ ଟ୍ୱିଟର ଆକାଉଣ୍ଟ ସସପେଣ୍ଡ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ପୁଣି ଥରେ ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କଙ୍ଗନା । କଙ୍ଗନାଙ୍କୁ ଲାଗିଛି ଏବେ ଶକ୍ତ ଝଟକା । ଆଜି ତାଙ୍କ ଟ୍ୱିଟର ଆକାଉଣ୍ଟ ସ୍ଥାୟୀ ଭାବେ ସସପେଣ୍ଡ କରି ଦିଆଯାଇଛି । ଭାରତୀୟ ସେଲେବ୍ରିଟିଙ୍କ ଟ୍ୱିଟର ଆକାଉଣ୍ଟ ସ୍ଥାୟୀ ଭାବେ ସସପେଣ୍ଡ ହେବା ଏହା ପ୍ରଥମ ଘଟଣା। ସେ ସୋସିଆଲ ମିଡିଆରେ ବିବାଦୀୟ ଓ ଉତ୍ତେଜନା ସୃଷ୍ଟି କରିବା ଭଳି ବୟାନ ଦେଇଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସବୁବେଳେ ବିବାଦୀୟ ମନ୍ତବ୍ୟ ଦେଇ ଅଭିନେତ୍ରୀ କଙ୍ଗନା ଚର୍ଚ୍ଚାରେ ରହିଥାନ୍ତି ।

ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗରେ ବିଜେପି ହାରିବା ଓ ମମତା ବାନାର୍ଜୀ ଜିତିବା ଘଟଣାକୁ ନେଇ କଙ୍ଗନା ସହଜରେ ସହି ପାରି ନଥିଲେ। ଯେଉଁଥିପାଇଁ ସେ ମମତାଙ୍କୁ ଟାର୍ଗେଟ କରି ଏକାଧିକ ବିବାଦୀୟ ଓ ଆପତ୍ତିଜନକ ଟ୍ୱିଟ କରିଥିଲେ। ଉଭୟ ଟିଏମସି ଓ ବିଜେପି ପରସ୍ପରକୁ ଏଥିପାଇଁ ଦାୟୀ କରୁଛନ୍ତି। ସେପଟେ ସେ ହିଂସାକାଣ୍ତ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସିଧାସଳଖ ଦାୟୀ କରି ଟ୍ୱିଟର ଗାଇଡଲାଇନ ଭୁଲି ଆପତ୍ତିଜନକ ପୋଷ୍ଟ କରିଥିଲେ। ଏଥିପାଇଁ ତାଙ୍କ ଆକାଉଣ୍ଟକୁ ସସପେଣ୍ଡ କରିଦିଆଯାଇଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ