ପରିବାର ସହ ପଜିଟିଭ୍ ହେଲେ ଦୀପିକା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କରୋନା ଭାଇରସର ଦ୍ୱିତୀୟ ଲହର ଭାରତରେ କରାଳ ରୂପ ଦେଖାଉଛି। ପ୍ରତ୍ୟେକ ଦିନ ଲକ୍ଷାଧିକ ଲୋକ ସଂକ୍ରମିତ ହେବା ସହ ହଜାର ହଜାର ଲୋକଙ୍କ ମୃତ୍ୟୁ ହେଉଛି। ଏହାର ପ୍ରଭାବ ବଲିଉଡରେ ବି ପଡ଼ିଛି। ଅନେକ ବଲିଉଡ ସେଲିବ୍ରିଟି ସଂକ୍ରମିତ ହୋଇଛନ୍ତି । ବର୍ତ୍ତମାନ ଅଭିନେତ୍ରୀ ଦୀପିକା ପାଦୁକୋନ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହ ସହ ତାଙ୍କ ବାପା, ମାଆ ଓ ଭଉଣୀ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। କିଛିଦିନ ପୂର୍ବରୁ ତାଙ୍କ ପିତା ପୂର୍ବତନ ବ୍ୟଡମିଣ୍ଟନ ଚାମ୍ପିୟନ ପ୍ରକାଶ ପାଦୁକୋନ ମଧ୍ୟ ପଜିଟିଭ ଚିହ୍ନ ହୋଇଥିଲେ । ନିକଟରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବେଙ୍ଗାଲୁରୁର ଏକ ଘରୋଇ ଡାକ୍ତର ଖାନାରେ ପରିବାର ଲୋକ ଭର୍ତ୍ତି କରିଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ୨-୩ ଦିନ ଭିତରେ ସେ ଡାକ୍ତରଖାନାରୁ ଡିସଚାର୍ଯ ହୋଇପାରନ୍ତି।

ପରିବାର ସହ ବେଙ୍ଗାଲୁରୁରେ ଅଛନ୍ତି । ଫ୍ୟାନମାନେ ଦୀପିକା ଓ ତାଙ୍କ ପରିବାରର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଦୀପିକାଙ୍କ ପୂର୍ବରୁ ଆଲିଆ ଭଟ୍ଟ, ଭୁମି ପେଡନେକର, ବିକି କୌଶଲ, କ୍ୟାଟ୍ରିନା କୈଫ, ଅକ୍ଷୟ କୁମାର ଏବଂ ସୋନୁ ସୁଦଙ୍କ ଭଳି ତାରକା କରୋନା ସଂକ୍ରମିତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’