Masthead

ମା’ ପାଇଁ ଦିନଟିଏ…

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସବୁ ଅଳି ଅର୍ଦଳୀର ଦରଦି ସ୍ଵର ମା’ । ଏହା ମାତ୍ର ଗୋଟିଏ ଅକ୍ଷର ହୋଇପାରେ ହେଲେ ଅର୍ଥ ବ୍ୟାପକ। ୧୦ ମାସ ୧୦ ଦିନ ଗର୍ଭରେ ଧରି ସବୁ ଯନ୍ତ୍ରଣାକୁ ପିଇ ପିଇ ଗୋଟେ ମାଂଶ ପିଣ୍ଡୁଳା ଜୀବନ ଦେଉଥିବା ଦେବୀଟିଏ ହେଉଛି ମା। । ସନ୍ତାନର ଅଳିଅଝଟକୁ ପୂରଣ କରି କୋଳେଇ କାଖେଇ ବଡ଼ କରୁଥିବା ମଣିଷଟି ହେଉଛି ମା’ । ଆଜି ହେଉଛି ସେହି ମା’ର ଦିନ । ଯିଏ ପିଲାଟିବେଳୁ ନିଜେ ନଖାଇ ଛୁଆର ପେଟକୁ ଆଗ ଦେଖେ । ନିଜ ଛୁଆର ଓଠରେ ଟିକେ ହସ ଦେଖିବାକୁ ଜୀବନର ସବୁ ଦୁଃଖ କଷଣକୁ ମଥା ପାତି ସହିଯାଏ । ଭୋକ ଲାଗିବା ଆଗରୁ ପେଟ ଚିହ୍ନି ଖାଇବା ବାଢ଼ିଦିଏ । ଦେହ ଖରାପ ହେଲେ ସାରା ରାତି ଚେଇଁ ରହେ। ଭୂମିଠୁ ବଡ଼, ପୁଣି ଈଶ୍ୱରଙ୍କଠୁ ମହାନ। ସେଇ ପ୍ରେରଣାଦାୟୀ, ମମତାମୟୀ ମା’ ପାଇଁ ଆଜି ଦିନଟି ଉତ୍ସର୍ଗ ।

୧୮୬୧ରୁ ୧୮୬୫ ମସିହା ପର୍ୟ୍ୟନ୍ତ ଯୁକ୍ତରାଷ୍ଟ୍ର ଆମେରିକାରେ ଦାସତ୍ୱ ପ୍ରଥା ଯୋଗୁ ସଂଘର୍ଷ ଲାଗି ରହିଥିଲା। ସେହି ସମୟରେ ଜଣେ ସାଧାରଣ ମହିଳା ରୁଗ୍ଣ, ଅସହାୟ ଓ ଆହତମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଥିଲେ। ତାଙ୍କ ଉତ୍ସର୍ଗୀକୃତ ସେବା ଯୋଗୁଁ ସେ ସମସ୍ତଙ୍କଠାରେ ଆଦରଣୀୟା ଥିଲେ। ତାଙ୍କ ବିୟୋଗ ପରେ, ତାଙ୍କର ସୁକନ୍ୟା ଆନ୍ନା ଜାର୍ଭିସ୍ ନିଜର ସ୍ନେହମୟୀ ମାଆଙ୍କର ସ୍ମୃତି ରକ୍ଷା ନିମେନ୍ତ ପ୍ରଥମ ଥର ପାଇଁ ପାଳନ କରିଥିଲେ ‘ମାତୃ ଦିବସ’। ଯାହା ଆଜି ବିଶ୍ଵ ମାତୃ ଦିବସ ନାମରେ ନାମିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ