Masthead

ଅନୁଗୁଳ ଓ ସୁନ୍ଦରଗଡ଼ରେ ହେବ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ । ଏନେଇ ଏମସିଏଲ ଅନୁମୋଦନ କରିଛି । ଏମସିଏଲ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରା ଅଞ୍ଚଳରେ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଞ୍ଚଳରେ ସ୍ଥାପନା ହେବ ଏହି କେନ୍ଦ୍ରୀୟ ବିଦ୍ୟାଳୟ ।

ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ଲୋକସଭା ସାଂସଦ ଜୁଏଲ ଓରାମ, ବରଗଡ଼ ସାସଂଦ ସୁରେଶ ପୂଜାରୀ, ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ପତ୍ର ଲେଖିଥିଲେ । ଯାହାର ପ୍ରତ୍ୟୁତରେ ମନ୍ତ୍ରୀ କହିଛନ୍ତି ଯେ, ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏମସିଏଲ ବୋର୍ଡ଼ ଅନୁମୋଦନ କରିଛି । ତେବେ ଏହି ଖଣି ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବା ଦ୍ୱାରା ବହୁ ଛାତ୍ରଛାତ୍ରୀ ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ