Masthead

ଅଖିମୁଠି ଅନୁକୂଳ କଲେ ଚାଷୀ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା । ଚାଷୀ ଭାଇଙ୍କ ପାଇଁ ଏକ ବଡ଼ ଦିନ । ଆଜିର ଦିନରେ ଚାଷ ଅନୁକୂଳ କରିଥାଏ ଚଷା ପୁଅ । ଆଜିର ଦିନକୁ କୃଷକ ଦିବସ ରୂପେ ପାଳନ କରାଯାଏ । ପରମ୍ପରା ଅନୁସାରେ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଅଖି ମୁଠି ଅନୁକୂଳ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ରୂପେ ପାଳନ କରିଥାନ୍ତି । ଏଣୁ ଆଜିର ଦିନରେ ଅଖିମୁଠି ଅନୁକୂଳ କରି ଚାଷ କାର୍ୟ୍ୟର ଶୁଭାରମ୍ଭ କରାଯାଇଥାଏ ।

ସାରା ଭାରତବର୍ଷରେ ଭିନ୍ନ ଭିନ୍ନ ନାମ ଏବଂ ଢଙ୍ଗରେ ପାଳିତ ହେଉଥିବା ଏହି ପର୍ବଟି ସୁଖ,ସମୃଦ୍ଧି ଓ ସୌଭାଗ୍ୟ ସହିତ ବହୁଳ ଭାବେ ଜଡିତ । ଓଡିଶାର ପାରମ୍ପରିକ ପରିବେଶରେ ଏହି ଦିନଟିର ବହୁ ମହାତ୍ମ୍ୟ ରହିଛି । ବିଶେଷ କରି କୃଷି ପ୍ରାଧାନ୍ୟ ରାଜ୍ୟ ହୋଇଥିବାରୁ କୃଷି ଭିତ୍ତିକ କାର୍ୟ୍ୟର ଶୁଭାରମ୍ଭ କରାଯାଇଥାଏ । ଅଖିମୁଠି ଅନୁକୂଳ ଭାବେ ପରିଚିତ ଏହି ଦିନରେ ଚାଷୀମାନେ ନୂଆ ଧାନ ନେଇ ନିଜ କ୍ଷେତରେ ବୁଣି ହଳ କରିଥାନ୍ତି । ଏଥିସହ ଧରିତ୍ରୀ ମାତା ଓ ଭୂମିଜାଙ୍କର ଆର୍ଶୀବାଦ ଭକ୍ଷା ମଧ୍ୟ କରିଥାନ୍ତି । ଏହି ଦିନର ମହତ୍ୱ ହେଲା, ମନୁଷ୍ୟ ସମାଜରେ ସୁଖ,ସମୃଦ୍ଧିର ଆରମ୍ଭ ହେଉ କିନ୍ତୁ ତାହା ଅକ୍ଷୟ ରହୁ ।

ଧାର୍ମିକ ପରଂପରା ଅନୁସାରେ, ଏହି ଦିନ ଓଡିଆଙ୍କ ଇଷ୍ଟଦେବ ଶ୍ରୀ ଜଗନ୍ନାଥଙ୍କ ୪୨ ଦିନ ବ୍ୟାପି ଚାଲିବାକୁ ଥିବା ଚନ୍ଦନ ଯାତ୍ରାର ଶୁଭାରମ୍ଭ ହୋଇଥାଏ । ଏବଂ ରଥ ଯାତ୍ରା ପାଇଁ ରଥ କାର୍ୟ୍ୟର ତଥା କାଠର ଶୁଭଅନୁକୂଳ କରାଯାଇଥାଏ । ଆଜି ଯେକୌଣସି ନୂତନ କାର୍ୟ୍ୟର ଶୁଭାରମ୍ଭ ଯଥା ଗୃହାରମ୍ଭ, ନୂଆ ଗହଣା କିଣିବା, ନୂଆ କରି ବ୍ୟବସାୟ ଆରମ୍ଭ କରିବା ଆଦି ଏହି ଦିନରେ ଆରମ୍ଭ କରାଯାଇଥାଏ । ଆଜିର ଦିନରେ ଏହା କରିବା ଦ୍ଵାରା ଶୁଭ ହୋଇଥାଏ ବୋଲି ଲୋକଙ୍କ ମନରେ ବିଶ୍ୱାସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ