Masthead

କରୋନା ବିରୁଦ୍ଧରେ ଟିକାକରଣ ମୁଖ୍ୟ ରଣକୌଶଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଲଢେଇରେ ସ୍ୱାସ୍ଥ୍ୟକର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି । ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି। ଏହାସହିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି। ଘରୋଇ ଡାକ୍ତରଖାନା ଗୁଡ଼ିକୁ ସାଥୀରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ୱାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡ଼ିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଓଡ଼ିଶା ବିଶ୍ୱ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛି । କରୋନା ବିରୁଦ୍ଧ ଲଢେଇରେ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । କୋଭିଡ ପରିଚାଳନାରେ ଗୋଷ୍ଠୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି । ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନ୍ଏମ୍, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥୀରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି ସେ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି