Masthead

କରୋନା ବିରୁଦ୍ଧରେ ଟିକାକରଣ ମୁଖ୍ୟ ରଣକୌଶଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଲଢେଇରେ ସ୍ୱାସ୍ଥ୍ୟକର୍ମୀ ଓ ଡାକ୍ତରମାନଙ୍କ ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି । ୭୮୬ ଡାକ୍ତର ଓ ୫୧୩୭ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି। ଏହାସହିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶାରେ ଲୋକଙ୍କୁ ମାଗଣା ପରୀକ୍ଷା ଓ ରୋଗୀଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଆଉଛି। ଘରୋଇ ଡାକ୍ତରଖାନା ଗୁଡ଼ିକୁ ସାଥୀରେ ନେଇ କୋଭିଡ ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯାଉଛି। ଏହାଦ୍ୱାରା ରୋଗୀ ଶୀଘ୍ର ଚିକିତ୍ସା ସେବା ପାଉଛନ୍ତି ଓ ସାରା ଦେଶରେ ଓଡ଼ିଶାର ମୃତ୍ୟୁ ହାର ସେଥିପାଇଁ କମ୍‌ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋକଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହୁଏତ ଆଗକୁ କୋଭିଡର ଅନେକ ଲହର ଆସିପାରେ । ତେଣୁ ଆମକୁ ଦୀର୍ଘ ଲଢେଇ ପାଇଁ ପ୍ରସ୍ତୁତ ରହିବାକୁ ହେବ। କରୋନା ବିରୁଦ୍ଧରେ ସଫଳ ଲଢେଇ ପାଇଁ ଟିକାକରଣ ଆମର ମୁଖ୍ୟ ରଣକୌଶଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଲୋକମାନେ ଯେପରି ଶୀଘ୍ର ଟିକା ପାଇପାରିବେ, ସେଥିପାଇଁ ଓଡ଼ିଶା ବିଶ୍ୱ ବଜାରରୁ ଟିକା କିଣିବା ପ୍ରକ୍ରିୟା ଆରମ୍ଭ କରିଛି । କରୋନା ବିରୁଦ୍ଧ ଲଢେଇରେ ମାର୍ଗ ଦେଖାଇବା ପାଇଁ ଏକ ଉଚ୍ଚସ୍ତରୀୟ ବୈଷୟିକ କମିଟି ଗଠନ ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । କୋଭିଡ ପରିଚାଳନାରେ ଗୋଷ୍ଠୀକୁ ମୁଖ୍ୟ ସ୍ତମ୍ଭ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆରମ୍ଭରୁ ହିଁ ପଞ୍ଚାୟତ ଓ ଗାଁ କଲ୍ୟାଣ ସମିତି ଏଥିରେ ସାମିଲ ଅଛନ୍ତି । ଲୋକଙ୍କୁ ସେବା ଯୋଗାଇବା ପାଇଁ ଏଏନ୍ଏମ୍, ଆଶା, ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ଗୋଷ୍ଠୀ ଆଦି ସମସ୍ତଙ୍କୁ ସାଥୀରେ ନେଇ କୋଭିଡ ପରିଚାଳନା କାମ ଜାରି ରହିଛି ବୋଲି ସେ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ