Masthead

ଭୟଙ୍କର ରୂପ ନେଉଛି ‘ତାଉତେ’

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିଲା ମହାବାତ୍ୟା ତାଉତେ । ଗୁଜୁରାଟ ତଟବର୍ତ୍ତୀ ଅଞ୍ଚଳରେ ପହଞ୍ଚିଲା ବାତ୍ୟା ‘ତାଉତେ’ । ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ଦୁଇ ଘଣ୍ଟା ପର୍ୟ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ବୋଲି ଜଣାପଡ଼ିଛି। ଏହା କେବଳ ଗୁଜୁରାଟରେ ପ୍ରଭାବ ପକାଇନି, ବାତ୍ୟାର ପ୍ରଭାବରେ ଗୋଆ ଓ ମହାରାଷ୍ଟ୍ରରେ ମଧ୍ୟ ତାଣ୍ଡବଲୀଳା ରଚିଛି । ସାଇକ୍ଲୋନ୍ ‘ତାଉତେ’ ସ୍ଥଳଭାଗରେ ଲ୍ୟାଣ୍ଡଫଲ କରିବା ପୂର୍ବରୁ ଅତ୍ୟନ୍ତ ଭୀଷଣ ଘୂର୍ଣ୍ଣିବାତ୍ୟାରେ ରୂପ ନେଇଛି । ଗୁଜରାଟ ଉପକୂଳ ଦେଇ ଅତିକ୍ରମ କରିବା ସମୟରେ ଘଣ୍ଟା ପ୍ରତି ଅତିକମରେ୧୫୫ କିମି ଏବଂ ଅତି ବେଶିରେ ୧୮୫ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି । ଲ୍ୟାଣ୍ଡଫଲ ଚାଲିଥିବାବେଳେ ସୌରାଷ୍ଟ୍ରର ଅନେକ ଅଞ୍ଚଳ ଏଥିରେ ଅଧିକ କ୍ଷତିଗ୍ରସ୍ତ ହେବ । ବିଶେଷକରି ପୋରବନ୍ଦର, ଦାମନ- ଡ୍ୟୁ, ଜୁନାଗଡ, ଭାବନଗର, ଅହମ୍ମଦାବାଦରେ ବାତ୍ୟାର ଅଧିକ ପ୍ରଭାବ ପଡିବ ।


ବାତ୍ୟା ପ୍ରଭାବରେ ଦକ୍ଷିଣ ଗୁଜରାଟ ଓ ସୌରାଷ୍ଟ୍ର ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି । ଅନେକ ସ୍ଥାନରେ ବାତ୍ୟା ପ୍ରଭାବରେ ଅନେକ ଗୁଡ଼ିଏ ଗଛ ଉପୁଡ଼ି ପଡ଼ିଥିବା ଦେଖିବାକୁ ମିଳୁଛି । ଏହାଫଳରେ ଉପକୂଳବର୍ତ୍ତି ଅଞ୍ଚଳର ଖାଲୁଆ ସ୍ଥାନରେ ପାଣି ଜମିବା ସହ ଅନେକ ନଦୀରେ ବନ୍ୟା ଆସିବା ନେଇ ଆକଳ ନ କରିଛି ପାଣିପାଗ ବିଭାଗ । ପ୍ରବଳ ପବନ ସମୟରେ କଚ୍ଚା ଘର ସହ ବିଦ୍ୟୁତ୍ ଖୁଣ୍ଟ, ଟେଲିଫୋନ୍ ଖୁଣ୍ଟି ଭାଙ୍ଗିବାର ସମ୍ଭାବନା ରହିଛି । ସେହିଭଳି ଅନେକ ମାତ୍ରାରେ କ୍ଷତିଗ୍ରସ୍ତ ହୋଇପାରେ ଜାତୀୟ ରାଜପଥ ଓ ରେଲଓ୍ବେ ଲାଇନ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ