Masthead

୨୩ରେ ଆସୁଛି ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ସୃଷ୍ଟି ହେଲେ ବାତ୍ୟା ହେବାର ଆଶଙ୍କା ଥାଏ । ପ୍ରତିବର୍ଷ ମେ’ ମାସରେ ଦେଶରେ କେଉଠି ନା କେଉଁଠି ବାତ୍ୟା ହୋଇଥାଏ । ଏବେ ତାଉତେ ଗୁରୁରାଟ ଓ ମହାରାଷ୍ଟ୍ରରେ ତାଣ୍ଡବ ରଚିଥିବା ବେଳେ ଆସନ୍ତା ମେ’୨୩ରେ ଆସୁଛି ଆଉ ଏକ ବାତ୍ୟା । ଆରବ ସାଗର ପରେ ବଙ୍ଗୋପସାଗରରେ ଶକ୍ତି ସଞ୍ଚୟ କରୁଛି ଆଉ ଏକ ଲଘୁଚାପ । ଏହା ଘନୀଭୂତ ହୋଇ ଭୟଙ୍କର ବାତ୍ୟାର ରୂପ ନେଇପାରେ । ଆସନ୍ତା ମେ’ ୨୩ରେ ଏହା ଉପକୂଳ ଆଡକୁ ମାଡ଼ିଆସିବ । ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ବର୍ତ୍ତମାନ ଜଣାପଡି ନାହିଁ । କେନ୍ଦ୍ର ଆର୍ଥ-ସାଇନ୍ସର ସଚିବ ତଥା ବରିଷ୍ଠ ଭୂ-ବିଜ୍ଞାନୀ ମାଧବନ୍ ରାଜୀବନ୍ ଟୁଇଟ କରି ଏହି ସୂଚନା ଦେଇଛନ୍ତି ।

ମାଧବନ୍ କହିଛନ୍ତି ଆରବ ସାଗର ପରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୭ ଦିନ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ଆସନ୍ତା ୨୨ରୁ ୨୮ତାରିଖ ଭିତରେ ବାତ୍ୟାର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି । ବାତ୍ୟାର ରୂପରେଖ ୨୩ ତାରିଖ ଆଡ଼କୁ ସ୍ପଷ୍ଟ ହେବ । ତେଣେ ବର୍ତ୍ତମାନ ସୁଦ୍ଧା ବାତ୍ୟା ନେଇ ସ୍ପଷ୍ଟ ସୂଚନା ଦେଇନି ପାଣିପାଗ ବିଭାଗ । ସ୍ଥିତି ଉପରେ ନଜର ରଖାଯାଇଛି । ବାତ୍ୟାର ସ୍ଥିତି, ଗତି ଓ ଲ୍ୟାଣ୍ଡଫଲ ନେଇ ଏଯାଏ ଆକଳନ ହୋଇନ ନଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ