Masthead

୨୩ରେ ଆସୁଛି ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ସୃଷ୍ଟି ହେଲେ ବାତ୍ୟା ହେବାର ଆଶଙ୍କା ଥାଏ । ପ୍ରତିବର୍ଷ ମେ’ ମାସରେ ଦେଶରେ କେଉଠି ନା କେଉଁଠି ବାତ୍ୟା ହୋଇଥାଏ । ଏବେ ତାଉତେ ଗୁରୁରାଟ ଓ ମହାରାଷ୍ଟ୍ରରେ ତାଣ୍ଡବ ରଚିଥିବା ବେଳେ ଆସନ୍ତା ମେ’୨୩ରେ ଆସୁଛି ଆଉ ଏକ ବାତ୍ୟା । ଆରବ ସାଗର ପରେ ବଙ୍ଗୋପସାଗରରେ ଶକ୍ତି ସଞ୍ଚୟ କରୁଛି ଆଉ ଏକ ଲଘୁଚାପ । ଏହା ଘନୀଭୂତ ହୋଇ ଭୟଙ୍କର ବାତ୍ୟାର ରୂପ ନେଇପାରେ । ଆସନ୍ତା ମେ’ ୨୩ରେ ଏହା ଉପକୂଳ ଆଡକୁ ମାଡ଼ିଆସିବ । ଓଡ଼ିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ବର୍ତ୍ତମାନ ଜଣାପଡି ନାହିଁ । କେନ୍ଦ୍ର ଆର୍ଥ-ସାଇନ୍ସର ସଚିବ ତଥା ବରିଷ୍ଠ ଭୂ-ବିଜ୍ଞାନୀ ମାଧବନ୍ ରାଜୀବନ୍ ଟୁଇଟ କରି ଏହି ସୂଚନା ଦେଇଛନ୍ତି ।

ମାଧବନ୍ କହିଛନ୍ତି ଆରବ ସାଗର ପରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୭ ଦିନ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ଆସନ୍ତା ୨୨ରୁ ୨୮ତାରିଖ ଭିତରେ ବାତ୍ୟାର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି । ବାତ୍ୟାର ରୂପରେଖ ୨୩ ତାରିଖ ଆଡ଼କୁ ସ୍ପଷ୍ଟ ହେବ । ତେଣେ ବର୍ତ୍ତମାନ ସୁଦ୍ଧା ବାତ୍ୟା ନେଇ ସ୍ପଷ୍ଟ ସୂଚନା ଦେଇନି ପାଣିପାଗ ବିଭାଗ । ସ୍ଥିତି ଉପରେ ନଜର ରଖାଯାଇଛି । ବାତ୍ୟାର ସ୍ଥିତି, ଗତି ଓ ଲ୍ୟାଣ୍ଡଫଲ ନେଇ ଏଯାଏ ଆକଳନ ହୋଇନ ନଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଦିଲ୍ଲୀ ବିସ୍ଫୋରଣ, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ 🔴 ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା 🔴 ଭୋଟ ଦେଉଛି ନୂଆପଡ଼ା 🔴 ଅଭିନେତା ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ଗୁଜବ 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଦିଲ୍ଲୀ ବିସ୍ଫୋରଣ, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ 🔴 ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା 🔴 ଭୋଟ ଦେଉଛି ନୂଆପଡ଼ା 🔴 ଅଭିନେତା ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ଗୁଜବ