କୋହଳ ଅବଧି ୨ଘଣ୍ଟା କମିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଭିଡ ସଂକ୍ରମଣ ଚେନ୍ ଭାଙ୍ଗିବା ପାଇଁ ରାଜ୍ୟ ସରକାର ଲକଡାଉନ ଆଜି ଆଉ ଦୁଇ ସପ୍ତାହ ପାଇଁ ବୃଦ୍ଧି କରିଛନ୍ତି । ଅର୍ଥାତ୍ ଜୁନ୍ ପହିଲା ପର୍ଯ୍ୟନ୍ତ ଲକଡାଉନ୍ ବୃଦ୍ଧି କରାଯାଇଛି । ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରଥମ ଲକଡାଉନ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ପାଇଁ ଅନେକ ସୁଫଳ ମିଳିଛି । ଯେଉଁ ହାରରେ କରୋନା ରୋଗୀ ସଂଖ୍ୟା ବୃଦ୍ଧି ପାଉଥିଲା, ସେଥିରେ ହ୍ରାସ ଘଟିଛି । ଗତ ୧୫ଦିନ ହେବ ରାଜ୍ୟରେ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ପ୍ରାୟ ସମାନ ସ୍ତରରେ ରହିଛି । ଏପରି କିଛି ଜିଲ୍ଲାରେ ଧୀରେ ଧୀରେ ରୋଗୀ ସଂଖ୍ୟା କମିବା ଆରମ୍ଭ କରିଛି । ତଥାପି ରାଜ୍ୟରେ ଦୈନିକ ୧୦ହଜାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକଡାଉନ ଅବଧିକୁ ଆଉ ୧୪ଦିନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ପୂର୍ବରୁ ବଳବତ୍ତର ଥିବା ଲକଡାଉନ କଟକଣାକୁ ଅଧିକ କଡାକଡ଼ି କରିବାକୁ ସରକାର ସ୍ଥିର କରିଛନ୍ତି । ଦ୍ୱିତୀୟ ଦଫାରେ ଲକଡାଉନ ସକାଳ ୬ରୁ ଦିନ ୧୨ଟା ପରିବର୍ତ୍ତେ ସକାଳ ୭ରୁ ଦିନ ୧୧ଟା ପର୍ଯ୍ୟନ୍ତ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ ସଂଗ୍ରହ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!