Masthead

କୋହଳ ଅବଧି ୨ଘଣ୍ଟା କମିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଭିଡ ସଂକ୍ରମଣ ଚେନ୍ ଭାଙ୍ଗିବା ପାଇଁ ରାଜ୍ୟ ସରକାର ଲକଡାଉନ ଆଜି ଆଉ ଦୁଇ ସପ୍ତାହ ପାଇଁ ବୃଦ୍ଧି କରିଛନ୍ତି । ଅର୍ଥାତ୍ ଜୁନ୍ ପହିଲା ପର୍ଯ୍ୟନ୍ତ ଲକଡାଉନ୍ ବୃଦ୍ଧି କରାଯାଇଛି । ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରଥମ ଲକଡାଉନ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ପାଇଁ ଅନେକ ସୁଫଳ ମିଳିଛି । ଯେଉଁ ହାରରେ କରୋନା ରୋଗୀ ସଂଖ୍ୟା ବୃଦ୍ଧି ପାଉଥିଲା, ସେଥିରେ ହ୍ରାସ ଘଟିଛି । ଗତ ୧୫ଦିନ ହେବ ରାଜ୍ୟରେ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ପ୍ରାୟ ସମାନ ସ୍ତରରେ ରହିଛି । ଏପରି କିଛି ଜିଲ୍ଲାରେ ଧୀରେ ଧୀରେ ରୋଗୀ ସଂଖ୍ୟା କମିବା ଆରମ୍ଭ କରିଛି । ତଥାପି ରାଜ୍ୟରେ ଦୈନିକ ୧୦ହଜାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକଡାଉନ ଅବଧିକୁ ଆଉ ୧୪ଦିନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ପୂର୍ବରୁ ବଳବତ୍ତର ଥିବା ଲକଡାଉନ କଟକଣାକୁ ଅଧିକ କଡାକଡ଼ି କରିବାକୁ ସରକାର ସ୍ଥିର କରିଛନ୍ତି । ଦ୍ୱିତୀୟ ଦଫାରେ ଲକଡାଉନ ସକାଳ ୬ରୁ ଦିନ ୧୨ଟା ପରିବର୍ତ୍ତେ ସକାଳ ୭ରୁ ଦିନ ୧୧ଟା ପର୍ଯ୍ୟନ୍ତ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ ସଂଗ୍ରହ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ