ମାଡ଼ି ଆସୁଛି ବାତ୍ୟା ‘ୟଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରୁ ଉପକୂଳ ଆଡକୁ ମାଡ଼ି ଆସୁଛି ବାତ୍ୟା ‘ୟସ୍’ । ୨୫ରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହେବ । ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ମେ’ ୨୨ ତାରିଖ ବେଳକୁ ସୃଷ୍ଟି ହେବାକୁ ଥିବା ଲଘୁଚାପ ୭୨ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ। ତେବେ ବାତ୍ୟା କେଉଁଠି ସ୍ଥଳ ଭାଗ ଛୁଇଁବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ । ଭାରତର ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦେଶକ କହିଛନ୍ତି ଯେ ୨୬ ତାରିଖ ସନ୍ଧ୍ୟା ବେଳକୁ ବାତ୍ୟା ଉତ୍ତର ବଙ୍ଗୋପସାଗରରେ ପହଞ୍ଚିଯାଇଥିବ ।

ଏହି ଅଞ୍ଚଳ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଲାଂଦେଶ ସଂଲଗ୍ନ ଥିବାରୁ ନିର୍ଦ୍ଦିଷ୍ଟ କେଉଁସ୍ଥାନରେ ଏହା ସ୍ଥଳଭାଗ ଛୁଇଁବ, ତାହା ୨୨ ତାରିଖ ପରେ ଆକଳନ କରାଯାଇପାରିବ। ତେବେ ରାଜ୍ୟମାନେ ବିପର୍ୟ୍ୟୟ ପରିଚାଳନା ପ୍ରସ୍ତୁତି ଆରମ୍ଭ କରିବା ଲାଗି ତଥା ସପ୍ତାହ ବ୍ୟାପି ସମୁଦ୍ରକୁ ଯାଉଥିବା ମତ୍ସ୍ୟଜୀବୀଙ୍କୁ ଆଗୁଆ ସତର୍କ କରାଇବା ଉଦ୍ଦେଶ୍ୟରେ ଆଇଏମ୍ଡି ଏହି ପୂର୍ବାନୁମାନ କରିଛି । ବାତ୍ୟା ପ୍ରଭାବରେ ୨୫ତାରୀଖ ସଂନ୍ଧ୍ୟାରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଇଏମ୍ଡି ଆହୁରି କହିଛି ଯେ ୨୩ ତାରିଖ ବେଳକୁ ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିମି ରହିବା ସହ ୬୫କିମି ବେଗରେ ପବନ ବହିବା ନେଇ ମଧ୍ୟ ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ