Masthead

ଏନକାଉଣ୍ଟରରେ ୧୩ ମାଓବାଦୀ ମୃତ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର କୋଟିମ ଏଟାପାଲି ଅଞ୍ଚଳରେ ପୋଲିସର ଏନକାଉଣ୍ଟର । ୧୩ଜଣ ମାଓବାଦୀ ମୃତ । ମହାରାଷ୍ଟ୍ର ଗଡ଼ଚିରୋଲୀ ଜିଲ୍ଲା ଅନ୍ତର୍ଗତ ଏହି ଜଙ୍ଗଲରେ ମହାରାଷ୍ଟ୍ର ପୁଲିସର ‘ସି-୬୦’ କମାଣ୍ଡୋମାନଙ୍କ ସହ ଗୁଳି ବିନିମୟ କରି ମାସବାଦୀଙ୍କ ମୃତ୍ୟୁ ହୋଇଥିବା ଜଣେ ବରିଷ୍ଠ ଅଧିକାର କହିଛନ୍ତି । ତେବେ ସଭା କରିବା ଲାଗି ମାଓବାଦୀମାନେ କୋତମି ଫାଣ୍ଡି ନିକଟବର୍ତ୍ତୀ ଜଙ୍ଗଲରେ ଏକାଠି ହୋଇଥିବା ବେଳେ ଭୋର ପ୍ରାୟ ୫.୩୦‌ରେ ଗୁଳିବିନିମୟ ଆରମ୍ଭ ହୋଇଥିଲା ବୋଲି ଗଢ଼ଚି‌ରୌଲୀ ‘ଡିଆଇଜି’ ସନ୍ଦୀପ ପାଟିଲ ଗଣମାଧ୍ୟମକୁ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମିଳିଥିବା ସୂଚନାନୁସାରେ ପୋଲିସ ମାନେ ଉକ୍ତ ଜଙ୍ଗଲରେ ଛାନଭିନ ଆରମ୍ଭ କରିଥିଲେ । କିନ୍ତୁ ମାଓବାଦୀମାନେ ପୋଲିସକୁ ଦେଖି ଆଗୁଆ ଗୁଳି ଚଳାଇଥିଲେ । ପ୍ରାୟ ଏକ ଘଣ୍ଟା ଗୁଳି ବିନିମୟ ମଧ୍ୟରେ କିଛି ମାଓବାଦୀ ସେଠାରୁ କେଉଁଆଡ଼େ ଚାଲିଯାଇଥିଲେ । ଯେଉଁମାନଙ୍କୁ ଏନକାଉଣ୍ଟର କରାଯାଇଥିଲା ସେମାନଙ୍କ ମୃତ ଦେହକୁ ଜବତ କରାଯାଇଛି । ଏବେ ମଧ୍ୟ ପୋଲିସର ସର୍ଚ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ୧୦୫ ବର୍ଷ ବୟସରେ ମିଳିଲା ବଡ ଆଶ୍ୱସ୍ତି 🔴 ରତ୍ନଭଣ୍ଡାର ଗଣିତ ପ୍ରକ୍ରିୟା, ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ 🔴 କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ଆଜି ବିଶ୍ୱ ଦୌଡକୁଦ ଲଢ଼େଇ 🔴 ପୁଣି ୧ନଂ ହାଟରେ ନିଆଁ 🔴 ୨୮ରେ ମିଳିବ ସୁଭଦ୍ରା ଟଙ୍କା 🔴 ଗଛ ମୂଳେ ଚାଲିଛି କୁନି କୁନି ଶିଶୁଙ୍କ ଭବିଷ୍ୟତ 🔴 ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ 🔴 ଭିଜିଲାନ୍ସର ଖୋଳତାଡ଼, ଫସିବେ ବାବୁ 🔴 ସ୍ୱାମୀ ଲକ୍ଷଣାନନ୍ଦଙ୍କ ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ