Masthead

କରୋନା ଭୟରେ ପୁଅ ଛୁଇଁଲାନି, ତହସିଲଦାର ବୋହିଲେ ଶବ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ତହସିଲଦାରଙ୍କ ମହାନତା । କାନ୍ଧରେ କାଠ ବୋହି ପିପିଇକିଟି ପିନ୍ଧି ଦାହ କଲେ ଶବ। କରୋନା ଭୟରେ ପୁଅ ଛୁଇଁଲାନି ବାପାର ଶବ । ଶବଦାହ ପାଇଁ ଆଗେଇ ଆସିଲେ ତହସିଲଦାର ଓ ବିଡ଼ିଓ । ନିଜେ ପିପିଇକିଟି ପିନ୍ଧି ଶବ ଦାହ କଲେ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ନଳଗୋହିରା ଗାଁର ସୁବାସ ଖଟୁଆ କରୋନାରେ ଆକ୍ରାନ୍ତ ହୋଇ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ସୁସ୍ଥହେବା ପରେ ଘରକୁ ଫେରି ହୋମ ଆଇସୋଲେଶନରେ ଥିଲେ । ମାତ୍ର ତାଙ୍କର ମୃତ୍ୟୁ ଘଟିଥିଲା । ମୃତ୍ୟୁ ପରେ କରୋନା ଡରରେ ନିଜର ପୁଅ ବାପାକୁ ପୋଡିବାକୁ ନେଇ ନଥିଲା ।

ତେବେ ଘର ଲୋକ ପଞ୍ଚାୟତର ସରପଞ୍ଚଙ୍କୁ ଖବର ଦେବା ପରେ ସରପଞ୍ଚ ଚାନ୍ଦବାଲି ତହସିଲଦାର ଓ ବିଡ଼ିଓଙ୍କୁ ଜଣାଇଥିଲେ । ତହସିଲଦାର ଓ ବିଡ଼ିଓ ନଳଗୋହିରା ଗ୍ରାମରେ ପହଞ୍ଚି ମୃତଦେହକୁ ଆମ୍ବୁଲାନ୍ସରେ ନେଇ ସତ୍କାର କରିଥିଲେ । ତହସିଲଦାର ନିଜ କାନ୍ଧରେ କାଠ ବୋହିବା ସହ ପିପିଇକିଟି ପିନ୍ଧି ଶବଦାହ ମଧ୍ୟ କଲେ । ଜଣେ ସରକାରୀ ବାବୁଙ୍କର ଏପରି କାର୍ୟ୍ୟ ଏବେ ସମଗ୍ର ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି କାମରେ ବିଡ଼ିଓ, ଅତିରିକ୍ତ ତହସିଲଦାର, ଚାନ୍ଦବାଲି ଆଇଆଇସି, ଆରଆଇ ଓ ସ୍ଥାନୀୟ ସ୍ୱେଚ୍ଛାସେବୀମାନେ ସହଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା