Masthead

ବାତ୍ୟା ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପରବର୍ତ୍ତୀ ୬ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୟାଶକୁୁ ନେଇ ପାଣିପାଗ ବିଶେଷଜ୍ଞଙ୍କ ସୂଚନା । ସନ୍ଧ୍ୟା ୫ଟା ସୁଦ୍ଧା ସାମୁଦ୍ରିକ ଝଡ଼ର ରୂପ ନେବ ୟାଶ । ଆସନ୍ତା ୧୨ ଘଣ୍ଟାରେ ସିଭିୟର ସାଇକ୍ଲୋନିକ୍ ଷ୍ଟ୍ରମର ରୂପ ନେବାକୁ ଯାଉଛି । ଉତ୍ତର ଓ ଉପକୂଳ ଜିଲ୍ଲାରେ ଅଧିକ ପ୍ରଭାବ ପକାଇବ ବାତ୍ୟା । ପାରାଦୀପଠାରୁ ବର୍ତ୍ତମାନ ୫୩୦ କିମି ଦୂରରେ ରହିଥିବା ବେଳେ ବାଲେଶ୍ୱରଠାରୁ ୬୩୦ କିମି ଦୂରରେ ରହିଛି ବାତ୍ୟା ୟାଶ । ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାକୁ ସତର୍କ ।

ସ୍ଥଳଭାଗ ଛୁଇଁବାର ପୂର୍ବ ୬ ଘଣ୍ଟା ଓ ପରବର୍ତ୍ତୀ ୬ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ। ୨୬ ତାରିଖ ମଧ୍ୟାହ୍ନ ସୁଦ୍ଧା ଲ୍ୟାଣ୍ଡଫଲ କରିବ ଏବଂ ସ୍ଥଳଭାଗ ଅତିକ୍ରମ ସମୟରେ ପବନର ବେଗ ଘଂଟାକୁ ୧୮୫ କିଲୋମିଟର ହୋଇପାରେ । ପୂର୍ବରୁ ଏହା ବାଙ୍ଗଲାଦେଶ ଯାଇପାରେ ବୋଲି ଅନୁମାନ କରାଯାଉଥିଲେ ମଧ୍ୟ ଏବେ ଏହା ଓଡ଼ିଶା ଆଡକୁ ମୁହାଁଇବ ବୋଲି ଆକଳନ କରାଯାଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଭାରତର ପ୍ରାୟ ଅଧା ଆକାରର ସୃଷ୍ଟି ହୋଇଥିବା ଏହି ବାତ୍ୟା ‘ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ’ ଆକାରକୁ ଯିବ ବୋଲି ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼