Masthead

ବାତ୍ୟା ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପରବର୍ତ୍ତୀ ୬ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୟାଶକୁୁ ନେଇ ପାଣିପାଗ ବିଶେଷଜ୍ଞଙ୍କ ସୂଚନା । ସନ୍ଧ୍ୟା ୫ଟା ସୁଦ୍ଧା ସାମୁଦ୍ରିକ ଝଡ଼ର ରୂପ ନେବ ୟାଶ । ଆସନ୍ତା ୧୨ ଘଣ୍ଟାରେ ସିଭିୟର ସାଇକ୍ଲୋନିକ୍ ଷ୍ଟ୍ରମର ରୂପ ନେବାକୁ ଯାଉଛି । ଉତ୍ତର ଓ ଉପକୂଳ ଜିଲ୍ଲାରେ ଅଧିକ ପ୍ରଭାବ ପକାଇବ ବାତ୍ୟା । ପାରାଦୀପଠାରୁ ବର୍ତ୍ତମାନ ୫୩୦ କିମି ଦୂରରେ ରହିଥିବା ବେଳେ ବାଲେଶ୍ୱରଠାରୁ ୬୩୦ କିମି ଦୂରରେ ରହିଛି ବାତ୍ୟା ୟାଶ । ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାକୁ ସତର୍କ ।

ସ୍ଥଳଭାଗ ଛୁଇଁବାର ପୂର୍ବ ୬ ଘଣ୍ଟା ଓ ପରବର୍ତ୍ତୀ ୬ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ। ୨୬ ତାରିଖ ମଧ୍ୟାହ୍ନ ସୁଦ୍ଧା ଲ୍ୟାଣ୍ଡଫଲ କରିବ ଏବଂ ସ୍ଥଳଭାଗ ଅତିକ୍ରମ ସମୟରେ ପବନର ବେଗ ଘଂଟାକୁ ୧୮୫ କିଲୋମିଟର ହୋଇପାରେ । ପୂର୍ବରୁ ଏହା ବାଙ୍ଗଲାଦେଶ ଯାଇପାରେ ବୋଲି ଅନୁମାନ କରାଯାଉଥିଲେ ମଧ୍ୟ ଏବେ ଏହା ଓଡ଼ିଶା ଆଡକୁ ମୁହାଁଇବ ବୋଲି ଆକଳନ କରାଯାଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଭାରତର ପ୍ରାୟ ଅଧା ଆକାରର ସୃଷ୍ଟି ହୋଇଥିବା ଏହି ବାତ୍ୟା ‘ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ’ ଆକାରକୁ ଯିବ ବୋଲି ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ