Masthead

ଆଉନାହାନ୍ତି ଶାନ୍ତିରାଜ

କଟକ(ବଡ଼ ଖବର ବ୍ୟୁରୋ):ଓଡ଼ିଆ ଫିଲ୍ମ ଜଗତର ଖ୍ୟାତନାମା ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲା ଆଉ ଇହଜଗତରେ ନାହାନ୍ତି । କରୋନାରେ ଆକ୍ରାନ୍ତ ହୋଇ କଟକ ଏସିବି କରୋନା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ତାଙ୍କର ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ଓଡ଼ିଆ ଫିଲ୍ମ ଜଗତ ସ୍ତବ୍ଧ ହୋଇଯାଇଛି । ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

କୋରାପୁଟ ଜିଲ୍ଲା ଜୟପୁରରେ ଜନ୍ମଗ୍ରହଣ କରିଥିବା ଶାନ୍ତିରାଜ ଜଣେ ଦକ୍ଷ ଗୀଟାରିଷ୍ଟ ଥିଲେ । କଟକ ଆସି ସେ ଓଡ଼ିଆ ଫିଲ୍ମ ଜଗତରେ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ପରେ ସେ ବିଭିନ୍ନ ଗୀତର ସ୍ୱର ସଂଯୋଜନା କରିବା ସହ ଓଡ଼ିଆ ଫିଲ୍ମକୁ ସଂଗୀତରେ ସଜାଇଥିଲେ । ଧନରେ ରଖିବୁ ଶପଥ ମୋର, ସପନର ସୌଦାଗର, ଡନ୍, ଏସିପି ରଣବୀର ଭଳି ୧୦ରୁ ୧୫ଟି ଓଡ଼ିଆ ଫିଲ୍ମରେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା