Masthead

ଆଉନାହାନ୍ତି ଶାନ୍ତିରାଜ

କଟକ(ବଡ଼ ଖବର ବ୍ୟୁରୋ):ଓଡ଼ିଆ ଫିଲ୍ମ ଜଗତର ଖ୍ୟାତନାମା ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲା ଆଉ ଇହଜଗତରେ ନାହାନ୍ତି । କରୋନାରେ ଆକ୍ରାନ୍ତ ହୋଇ କଟକ ଏସିବି କରୋନା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ତାଙ୍କର ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ଓଡ଼ିଆ ଫିଲ୍ମ ଜଗତ ସ୍ତବ୍ଧ ହୋଇଯାଇଛି । ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

କୋରାପୁଟ ଜିଲ୍ଲା ଜୟପୁରରେ ଜନ୍ମଗ୍ରହଣ କରିଥିବା ଶାନ୍ତିରାଜ ଜଣେ ଦକ୍ଷ ଗୀଟାରିଷ୍ଟ ଥିଲେ । କଟକ ଆସି ସେ ଓଡ଼ିଆ ଫିଲ୍ମ ଜଗତରେ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ପରେ ସେ ବିଭିନ୍ନ ଗୀତର ସ୍ୱର ସଂଯୋଜନା କରିବା ସହ ଓଡ଼ିଆ ଫିଲ୍ମକୁ ସଂଗୀତରେ ସଜାଇଥିଲେ । ଧନରେ ରଖିବୁ ଶପଥ ମୋର, ସପନର ସୌଦାଗର, ଡନ୍, ଏସିପି ରଣବୀର ଭଳି ୧୦ରୁ ୧୫ଟି ଓଡ଼ିଆ ଫିଲ୍ମରେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ