Masthead

ୟାଶରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ଲକ୍ଷ ଟଙ୍କା ସହାୟତା ରାଶି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା ୟାଶରେ ମୃତ ବ୍ୟକ୍ତିଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି । ଲଗାଣ ବର୍ଷା ପବନ ଯୋଗୁଁ ଘରର କାନ୍ଥ ଧସି ଯିବାରୁ ପ୍ରାଣ ହରାଇଛନ୍ତି ପଳାଶମୁଣ୍ଡୁଳି ପଞ୍ଚାୟତ କୁସୁମକୁଟି ଗ୍ରାମର ବୁଧୁନି ସିଂ। ତେବେ ବ୍ଲକ୍ ପ୍ରଶାସନ ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ସ୍ଥାନାନ୍ତର କାର୍ୟ୍ୟ କରିଥିଲେ ବି ବୃଦ୍ଧା ଜଣକ କେମିତି ବିପଦସଙ୍କୁଳ ଘରେ ରହିଲେ ଏ ନେଇ ଆରମ୍ଭ ହୋଇଛି ତଦନ୍ତ।

ସେପଟେ ବୃଦ୍ଧାଙ୍କର ମୃତ୍ୟୁ ଘଟିବା ପରେ ସଙ୍ଗେ ସଙ୍ଗେ ସହାୟତା ଘୋଷଣା କରିଛନ୍ତି ସରକାର। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି ତହସିଲଦାର ଅନନ୍ତ କୁମାର ହାଁସଦା। ମୋରଡ଼ା ବିଧାୟକ ରାଜକିଶୋର ଦାଶ ପହଞ୍ଚି ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ସମସ୍ତ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବୃଦ୍ଧା ଜଣକ ଶୋଇଥିବା ବେଳେ ବୁଧବାର ରାତିରେ ତାଙ୍କ ଉପରେ କାନ୍ଥ ପଡ଼ି ଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ