Masthead

ୟାଶରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ଲକ୍ଷ ଟଙ୍କା ସହାୟତା ରାଶି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା ୟାଶରେ ମୃତ ବ୍ୟକ୍ତିଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି । ଲଗାଣ ବର୍ଷା ପବନ ଯୋଗୁଁ ଘରର କାନ୍ଥ ଧସି ଯିବାରୁ ପ୍ରାଣ ହରାଇଛନ୍ତି ପଳାଶମୁଣ୍ଡୁଳି ପଞ୍ଚାୟତ କୁସୁମକୁଟି ଗ୍ରାମର ବୁଧୁନି ସିଂ। ତେବେ ବ୍ଲକ୍ ପ୍ରଶାସନ ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ସ୍ଥାନାନ୍ତର କାର୍ୟ୍ୟ କରିଥିଲେ ବି ବୃଦ୍ଧା ଜଣକ କେମିତି ବିପଦସଙ୍କୁଳ ଘରେ ରହିଲେ ଏ ନେଇ ଆରମ୍ଭ ହୋଇଛି ତଦନ୍ତ।

ସେପଟେ ବୃଦ୍ଧାଙ୍କର ମୃତ୍ୟୁ ଘଟିବା ପରେ ସଙ୍ଗେ ସଙ୍ଗେ ସହାୟତା ଘୋଷଣା କରିଛନ୍ତି ସରକାର। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି ତହସିଲଦାର ଅନନ୍ତ କୁମାର ହାଁସଦା। ମୋରଡ଼ା ବିଧାୟକ ରାଜକିଶୋର ଦାଶ ପହଞ୍ଚି ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ସମସ୍ତ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବୃଦ୍ଧା ଜଣକ ଶୋଇଥିବା ବେଳେ ବୁଧବାର ରାତିରେ ତାଙ୍କ ଉପରେ କାନ୍ଥ ପଡ଼ି ଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି