Masthead

କାଲି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର ଓଡ଼ିଶାରେ ତାଣ୍ଡବ ରଚିଛି ‘ୟାଶ’ । ଏହା ପ୍ରଭାବରେ ଅନେକ କ୍ଷୟକ୍ଷତି ହୋଇଛି । ବହୁ ଘର ଦ୍ୱାର ଭାଙ୍ଗିଥିବା ବେଳେ ଚାଷଜମିରେ ପଶିଯାଇଛି ଲୁଣାପାଣି । ଏବେ ବି ଶହ ଶହ ଗାଁ ଜଳମଗ୍ନ । ସେପଟେ ମୟୁରଭଞ୍ଜରେ ହେଉଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ତେବେ ବାତ୍ୟାର ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ ପାଇଁ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

କେବଳ ଓଡ଼ିଶା ନୁହେଁ ପଶ୍ଚିମବଙ୍ଗରେ ମଧ୍ୟ ବାତ୍ୟା ପରବର୍ତ୍ତୀ ସ୍ଥିତିର ଅନୁଧ୍ୟମ କରିବେ ମୋଦି । ଆସନ୍ତାକାଲି ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ସମୀକ୍ଷା ବୈଠକରେ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ୟ୍ୟ ନେଇ ଆଲୋଚନା କରିବେ । ଆଲୋଚନା ପରେ ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ ବାତ୍ୟା ଅଞ୍ଚଳ ବୁଲି ଦେଖିବେ । ତେବେ ଏହା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ପ୍ରଭାବିତ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଆକାଶ ମାର୍ଗରୁ ବୁଲି ଦେଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ