Masthead

କୋଭିଡ଼ ଅନାଥଙ୍କ ପାଇଁ ମୋଦିଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଛି । ଆଉ ଏହାରି ମଧ୍ୟରେ କେନ୍ଦ୍ରରେ ମୋଦି ସରକାରଙ୍କ ଶାସନକାଳର ୭ବର୍ଷ ପୂରଣ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେଇଛନ୍ତି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । କରୋନାରେ ସଂକ୍ରମିତ ହୋଇ ଅନେକ ପିଲା ସେମାନଙ୍କ ପିତାମାତାଙ୍କୁ ହରାଇ ଅନାଥ ହୋଇଛନ୍ତି । ତେବେ କରୋନା ଯୋଗୁଁ ଅନାଥ ହୋଇଥିବା ଏହି ପିଲା ମାନଙ୍କ ପାଇଁ କଲ୍ୟାଣମୂଳକ ପଦକ୍ଷେପ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିରେ ଏହି ପିଲାମାନଙ୍କୁ ମାଗଣା ଶିକ୍ଷା ଯୋଗାଇ ଦିଆଯିବା ସହିତ ୧୮ବର୍ଷ ବୟସରେ ପହଞ୍ଚିଲେ ସେମାନଙ୍କୁ ୫ବର୍ଷ ଯାଏ ମାସିକ ଷ୍ଟାଇପେଣ୍ଡ ଦିଆଯିବ ।

ସେହିପରି ୨୩ବର୍ଷ ବୟସରେ ପହଞ୍ଚିଲେ ୧୦ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ । ଏହାବ୍ୟତୀତ ଉଚ୍ଚଶିକ୍ଷା ପାଇଁ ସେମାନଙ୍କୁ ଶିକ୍ଷାଋଣ ମଧ୍ୟ ଯୋଗାଇ ଦିଆଯିବ । ଯାହାର ସୁଧ ପିଏମ୍ କେୟାର୍ସରୁ ପରିଶୋଧ କରାଯିବ । ସେହିପରି ଆୟୁଷ୍ମାନ ଭାରତ ଯୋଜନାରେ ୫ଲକ୍ଷ ଟଙ୍କାର ମାଗଣା ମାଗଣା ସ୍ୱାସ୍ଥ୍ୟବୀମା ୧୮ବର୍ଷ ପର୍ଯ୍ୟନ୍ତ ଯୋଗାଇ ଦିଆଯିବ । ଆଉ ଏଥିପାଇଁ ପିଏମ୍ କେୟାର ପ୍ରିମିୟମ ରାଶି ଭରିବ । ମୋଦୀ ସରକାରଙ୍କ ଦ୍ୱିତୀୟପାଳି ସରକାରର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଏହି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତେବେ ପିଲାଙ୍କ ପାଇଁ ଏହି ସହାୟତା ପିଏମ୍ କେୟାର୍ସ ଯୋଜନା ଅଧୀନରେ ଯୋଗାଇ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି