Masthead

ଆଜି ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ପ୍ରଧାନମନ୍ତ୍ରୀଙ୍କ ମନ କି ବାତ କାର୍ୟ୍ୟକ୍ରମ । ପୂର୍ବାହ୍ନ ୧୧ଟା ସମୟରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି । ଆଜି ମନ କି ବାତ କାର୍ଯ୍ୟକ୍ରମର ୭୭ତମ ସଂସ୍କରଣ । କାର୍ୟ୍ୟକ୍ରମରେ ଆତ୍ମନିର୍ଭର ଭାରତ ସହିତ ଜଡିତ କିଛି କାହାଣୀ ବିଷୟରେ ଉଲ୍ଲେଖ୍ୟ କରିବେ ପ୍ରଧାନମନ୍ତ୍ରୀ । ଏହା ସହିତ କୋରୋନା ସଂଙ୍କଟ ଓ ଟୀକାକରଣକୁ ନେଇ ମଧ୍ୟ ଆଲୋଚନା କରିପାରନ୍ତି ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ଏପ୍ରିଲ ୨୫ରେ ହୋଇଥିଲା ମନ କି ବାତ କାର୍ଯ୍ୟକ୍ରମ । ସେଥିରେ ମହାରାଷ୍ଟ୍ରର କୋଭି଼ଡ ୧୯ ଟାସ୍କ ଫୋର୍ସର ସଦସ୍ୟ ଡାକ୍ତର ଶଶାଙ୍କ ଜୋଶୀଙ୍କ ସହିତ କଥା ହୋଇଥିଲେ ।

ଡାକ୍ତର ଜୋଶୀଙ୍କୁ ୨୦୧୪ରେ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା । ମନ କି ବାତ କାର୍ୟ୍ୟକ୍ରମର ୭୬ତମ ସଂସ୍କରଣରେ ଡାକ୍ତର ଜୋଶୀଙ୍କ ସହିତ କୋରୋନା ଭାଇରସର ପରିବର୍ତ୍ତନ ଉପରେ ଆଲୋଚନା କରିଥିଲେ ମୋଦି। ତେବେ ପ୍ରତି ମାସ ଶେଷ ରବିବାର ଏହି ମନ କି ବାତ କାର୍ୟ୍ୟକ୍ରମ ପ୍ରସାରିତ ହୋଇଥାଏ । ରେଡିଓ ମାଧ୍ୟମରେ ଦେଶବାସୀଙ୍କୁ ମନର କଥା କୁହନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି