Masthead

ଦେଶରେ କମୁଛି ଦୈନିକ ସଂକ୍ରମଣ, ବଢ଼ୁଛି ସୁସ୍ଥ ହାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମୁଛି ସଂକ୍ରମଣ । ଆଜି ଦେଶରେ କରୋନା ସଂକ୍ରମଣ ୧ ଲକ୍ଷ ୩୦ ହଜାରରୁ କମ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୭ ହଜାର ୫୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେପଟେ ୨ ଲକ୍ଷ ୫୫ ହଜାର ୨୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨ ହଜାର ୭୯୫ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ହେଉଛି ତଥାପି କମ୍‌ ସଂକ୍ରମିତ ଚିହ୍ନଟ ହେଉଥିବା ଏକ ପ୍ରକାର ଆଶ୍ବସ୍ତି ଆଣିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସକାଳ ୮ଟା ସୁଦ୍ଧା ମିଳିଥିବା ସୂଚନାନୁଯାୟୀ ଗତ ୨୪ ଘଣ୍ଟା ଭିତରେ ଦେଶରେ ୧,୨୭,୫୧୦ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଯାହା କି ଗତ ଏପ୍ରିଲ ୧୦ ତାରିଖ ପରଠାରୁ ଅର୍ଥାତ୍‌ ୫୩ ଦିନ ମଧ୍ୟରେ ସର୍ବନିମ୍ନ ବୋଲି ଜଣାଯାଇଛି।

ତେବେ ଏହାକୁ ମିଶାଇ ଦେଶରେ ମୋଟ ୨,୮୧,୭୫,୦୪୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେହିପରି ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୩୧,୮୯୫ରେ ପହଞ୍ଚିଛି। ଏବେ ଦେଶରେ ୧୮ ଲକ୍ଷ ୯୫ ହଜାର ୫୨୦ଟି ସକ୍ରିୟ ମାମଲା ଥିବାବେଳେ ସମୁଦାୟ ୨କୋଟି ୫୯ ଲକ୍ଷ ୪୭ ହଜାର ୬୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ସମୁଦାୟ ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଜଣଙ୍କୁ ଟିକା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା