Masthead

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ନୀତି । ରଥ ସଂହିତା ମୁତାବକ ରଥଖଳାରେ ହେବ ନାହାକା, ଚକଅଖ ଡେରା ନୀତି । ଏଥିପାଇଁ ତିନି ରଥର ତିନୋଟି ନାହାକା ଅଖ ଓ ଛଅଟି ଚକକୁ ପ୍ରସ୍ତୁତ କରାଯାଇଛି । ସକାଳଧୂପ ସରିବା ପରେ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବାହାରି ରଥଖଳାକୁ ବିଜେ କରିବା ପରେ ଭଉଁରୀ ନୀତି ଆରମ୍ଭ ହୋଇଛି। ସେପଟେ ବୁଧବାର ପହଁଚିଛି ରଥ ଦଉଡି । ୬ଟି ଘେର ଦଉଡି ଓ ୧୪ଟି ରଥ ଟଣା ଦଉଡି ମିଶାଇ ମୋଟ ୨୦ଟି ଦଉଡି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି । ରଥ ଦଉଡି ଗୁଡ଼ିକରେ ୧୨୦ କେଜି ରସି ଲାଗିଛି । ଦଉଡ଼ି ଲମ୍ବ ୬୭ମିଟର ବା ୨୨୦ ଫୁଟ ରହିଛି ।

ସେପଟେ ୩ ଟି ଇନରକଡନ ଦଉଡିକୁ ୩ ରଙ୍ଗର କରାଯାଇଛି । ଓଡ଼ିଶା କତା ନିଗମକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି କୋଡିଏଟି ଦଉଡି ପାଇଁ ବରାଦ ଦିଆଯାଇଥିଲା । ସେହିପରି ୪୨ଟି ଚକରୁ ୧୮ଟି ଚକ କାମ ସରିଛି । ଅନ୍ୟ ଚକଗୁଡ଼ିକ ପାଇଁ ନିର୍ମିତ ହୋଇଥିବା ତୁମ୍ବରେ ଅର ଓ ପେ୍ଧବ ସଂଯୋଗ କରାଯାଉଛି । ୩ରଥର କୋଣଗୁଜରେ ଖୋଦେଇ କାମ ମଧ୍ୟ ଜାରି ରହିଛି । ଶ୍ରୀକ୍ଷେତ୍ରରେ ଭଉଁରୀ ନୀତି ନରେନ୍ଦ୍ର ପୋଖରୀ ଚାରିପାଖର ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ା କଡ଼ି କରାଯାଇଛି । ମୋଟ ୫ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ତେବେ ଚନ୍ଦନଯାତ୍ରା ପରଠାରୁ ନରେନ୍ଦ୍ର ପୋଖରୀ ଚତୁଃପାଶ୍ୱର୍ ଓ ଶ୍ରୀମନ୍ଦିର ସମ୍ମୁଖ ଭାଗରେ ୧୪୪ ଧାରା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼