କମିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଆସ୍ତେ ଆସ୍ତେ କମିବାରେ ଲାଗିଛି ସଂକ୍ରମଣ ସଂଖ୍ୟା । ଗତ ଦୁଇ ମାସ ମଧ୍ୟରେ ସବୁଠୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୪ ଲକ୍ଷ ଟ୍ରେଣ୍ଡ ପରେ ୨ ଲକ୍ଷ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେପଟେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟାରେ କିନ୍ତୁ ସେତେଟେ ଆଖି ଦୃଶିଆ ଫରକ ଆସିନାହିଁ ।

ଦିନକରେ କରୋନାରେ ଆକ୍ରାନ୍ତ ହୋଇ ଦେଶରେ ୧୬୭୭ ଜଣ ପ୍ରାଣ ହରାଇଛନ୍ତି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୮,୦୯,୩୩୯ ଓ ମୃତ୍ୟୁସଂଖ୍ୟା ୩,୪୬,୭୫୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୮୯,୨୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥ ସଂଖ୍ୟା ୨,୬୯,୮୪,୭୮୧ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୭୭,୭୯୯ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୧୩,୨୨,୪୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’