Masthead

ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ପ୍ରଭାରୀଙ୍କୁ ହତ୍ୟା

ଉଦଳା (ବଡ଼ ଖବର ବ୍ୟୁରୋ): ବିଚ୍ ରାସ୍ତାରେ ବାଡେଇ ବାଡେଇ ମାରିଦେଲେ । ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ପ୍ରଭାରୀଙ୍କୁ ବାଡେଇ ବାଡେଇ ମାରିଦେଲେ । ଗାଡି ସାଇଡ ମାରିବା ସମୟରେ ଇଣ୍ଡିକେଟର ଦେଇ ନ ଥିବାରୁ ଶ୍ୱଶୁର ଘର ଆଗରେ ଅତି ନିର୍ଦ୍ଦୟ ଭାବେ  ବିଜେପି ନେତାଙ୍କୁ ବାଡେଇ ବାଡେଇ ମାରିଦେଲେ । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ଅଞ୍ଚଳରେ । ଶନିବାର ବିଳମ୍ବିତ ରାତିରେ ବିଜେପିର ଯୁବମୋର୍ଚ୍ଚା ବାଲେଶ୍ୱର ଜିଲ୍ଲା ପ୍ରଭାରୀ ରଞ୍ଜିତ ପ୍ରଧାନ ଶ୍ୱଶୁର ଘର କପ୍ତିପଦା ଥାନା ନୂଆସାହି ଅଞ୍ଚଳକୁ ଆସିଥିଲେ ।

ଶ୍ୱଶୁର ଘର ସମ୍ମୁଖରେ ରାସ୍ତାର ଗୋଟିଏ ପାଖରୁ ଅନ୍ୟ ପାଖକୁ ନେଉଥିଲେ । ଏହି ସମୟରେ ବିପରୀତ ଦିଗରୁ ଚାରିଜଣ ଯୁବକ ଦୁଇଟି ବାଇକରେ ଆସି ହଠାତ୍ କାରକୁ ଅଟକାଇ ଥିଲେ । ଗାଡିରେ ଇଣ୍ଡିକେଟର ନ ମାରି କାଟିଥିବାରୁ କାର ଭିତରୁ ରଞ୍ଜିତଙ୍କୁ ଘୋଷାରି ଆଣି ଅତି ନିର୍ଦ୍ଦୟ ଭାବେ ବାଡେଇଥିଲେ । ରଞ୍ଜିତ ଚେତାଶୂନ୍ୟ ହୋଇପଡିବାରୁ ଚାରିଜଣ ଯୁବକ ଘଟଣାସ୍ଥଳରୁ ଖସି ପଳାଇଥିଲେ । ଶ୍ୱଶୁର ଘର ଲୋକେ ରଞ୍ଜିତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ