Masthead

ଆଜିଠାରୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠାରୁ ୪ଦିନ ପ୍ରାକ ମୌସୁମୀ ବର୍ଷା । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ଉତ୍ତର ପୂର୍ବ ଭାରତରେ ସକ୍ରିୟ ହୋଇଛି । ନାଗାଲାଣ୍ଡ, ମଣିପୁର, ମିଜୋରାମ. ତ୍ରିପୁରା, ଆସାମ, ମେଘାଳୟ ଓ ଅରୁଣାଂଚଳ ପ୍ରଦେଶରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ରବିବାର କେନ୍ଦ୍ରୀୟ ଆରବ ସାଗରରେ ମୌସୁମୀ ସକ୍ରିୟ ହୋଇଛି । ୪ଦିନ ଭିତରେ ମୌସୁମୀ ଓଡ଼ିଶା ମୁହାଁ ହେବ । ୧୧ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ କ୍ଷେତ୍ର ମୌସୁମୀକୁ ଓଡ଼ିଶା ଆଡ଼କୁ ଟାଣି ଆଣିବ ବୋଲି ଭାରତୀୟ ପାଣପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅପରପକ୍ଷେ ଆସନ୍ତାକାଲିଠାରୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍-ମୌସୁମୀ ବର୍ଷା ହେବ ବୋଲି କେନ୍ଦ୍ର କହିଛି। ଆଜି ଅପରାହ୍ଣରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସେହିପରି ୮ ତାରିଖ ଦିନ ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ