Masthead

ଆଜିଠାରୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠାରୁ ୪ଦିନ ପ୍ରାକ ମୌସୁମୀ ବର୍ଷା । ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ଉତ୍ତର ପୂର୍ବ ଭାରତରେ ସକ୍ରିୟ ହୋଇଛି । ନାଗାଲାଣ୍ଡ, ମଣିପୁର, ମିଜୋରାମ. ତ୍ରିପୁରା, ଆସାମ, ମେଘାଳୟ ଓ ଅରୁଣାଂଚଳ ପ୍ରଦେଶରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ରବିବାର କେନ୍ଦ୍ରୀୟ ଆରବ ସାଗରରେ ମୌସୁମୀ ସକ୍ରିୟ ହୋଇଛି । ୪ଦିନ ଭିତରେ ମୌସୁମୀ ଓଡ଼ିଶା ମୁହାଁ ହେବ । ୧୧ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ କ୍ଷେତ୍ର ମୌସୁମୀକୁ ଓଡ଼ିଶା ଆଡ଼କୁ ଟାଣି ଆଣିବ ବୋଲି ଭାରତୀୟ ପାଣପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅପରପକ୍ଷେ ଆସନ୍ତାକାଲିଠାରୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍-ମୌସୁମୀ ବର୍ଷା ହେବ ବୋଲି କେନ୍ଦ୍ର କହିଛି। ଆଜି ଅପରାହ୍ଣରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସେହିପରି ୮ ତାରିଖ ଦିନ ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି