Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ବିଶେଷ କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଏନେଇ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ତାରିଖରେ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଯେଉଁଥିପାଇଁ ୮ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଲଘୁଚାପ ସହ ୧୪ ତାରିଖ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବର୍ଷା ବଢିବା ସହ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ରହିବ । ବର୍ଷାକୁ ଦୃଷ୍ଟିରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର । ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ