Masthead

ବଜ୍ରପାତରେ ୨୭ ମୃତ୍ୟୁ, ସହାୟତା ରାଶି ଘୋଷଣା କଲେ ମୋଦି

କୋଲକାତା(ବଡ଼ ଖବର ବ୍ୟୁରୋ): ବଜ୍ରପାତରେ ପଶ୍ଚିମବଙ୍ଗର ୩ଟି ଜିଲ୍ଲାର ୨୭ଜଣଙ୍କ ମୃତ୍ୟୁ । ଗତକାଲି ଅପରାହ୍ନରେ ହଠାତ ମେଘ ଘୋଟାଇ ଆସିବା ସହ ବିଜୁଳି ମାରିଥିଲା । ଯେଉଁକାରଣରୁ ୨୭ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ପଶ୍ଚିମବଙ୍ଗ ସରକାର ଦେଇଥିବା ସୂଚନାନୁସାରେ ହୁଗୁଳିରେ ୧୧ଜଣ, ମୁର୍ଶିଦାବାଦରେ ୯ଜଣ, ମେଦିନିପୁରରେ ୪ଜଣ, ବାଙ୍କୁରାରେ ୨ଜଣ, ନାଦିଆରେ ଜଣେ ମୃତ୍ୟୁବରଣ କରିଛନ୍ତି ।

ସେହିପରି ବଜ୍ରପାତରେ ଆହତ ହୋଇ କିଛି ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୁଳି ମାଡ଼ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରବର୍ଗଙ୍କ ପାଇଁ ୨ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ପିଏମଏନଆରଏଫ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା