Masthead

ବଜ୍ରପାତରେ ୨୭ ମୃତ୍ୟୁ, ସହାୟତା ରାଶି ଘୋଷଣା କଲେ ମୋଦି

କୋଲକାତା(ବଡ଼ ଖବର ବ୍ୟୁରୋ): ବଜ୍ରପାତରେ ପଶ୍ଚିମବଙ୍ଗର ୩ଟି ଜିଲ୍ଲାର ୨୭ଜଣଙ୍କ ମୃତ୍ୟୁ । ଗତକାଲି ଅପରାହ୍ନରେ ହଠାତ ମେଘ ଘୋଟାଇ ଆସିବା ସହ ବିଜୁଳି ମାରିଥିଲା । ଯେଉଁକାରଣରୁ ୨୭ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ପଶ୍ଚିମବଙ୍ଗ ସରକାର ଦେଇଥିବା ସୂଚନାନୁସାରେ ହୁଗୁଳିରେ ୧୧ଜଣ, ମୁର୍ଶିଦାବାଦରେ ୯ଜଣ, ମେଦିନିପୁରରେ ୪ଜଣ, ବାଙ୍କୁରାରେ ୨ଜଣ, ନାଦିଆରେ ଜଣେ ମୃତ୍ୟୁବରଣ କରିଛନ୍ତି ।

ସେହିପରି ବଜ୍ରପାତରେ ଆହତ ହୋଇ କିଛି ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜୁଳି ମାଡ଼ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରବର୍ଗଙ୍କ ପାଇଁ ୨ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି। ପିଏମଏନଆରଏଫ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ