Masthead

୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ । ୧୦ ରୁ ୧୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା । ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇପାରେ । ଏନେଇ ୧୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟ ବାସୀଙ୍କୁ ସତର୍କ କରାଯାଇଛି । ୧୦ରୁ ୧୨ ତାରିଖ ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

୧୦ ଓ ୧୧ତାରିଖରେ ଅନୁଗୁଳ, ଢେଙ୍କାନାଳ, କଟକ, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, କଳାହାଣ୍ଡି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୧ରୁ ୧୩ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ସ୍ଥାନେସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଧା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼, କଳାହାଣ୍ଡି, ଓ ନୂଆପଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼