Masthead

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡିଶା ଛୁଇଁଲା ମୌସୁମୀ । ଦକ୍ଷିଣ ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୋସୁମୀ ବାୟୁ । ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରାରାଜ୍ୟକୁ ଛୁଇଁବ ମୌସୁମୀ ବାୟୁ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନକୁ ଭିତ୍ତି କରି ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ପାଣିପାଗ ବିଭାଗର ସୂଚନା ଅନୁସାରେ, ଉତ୍ତର ବଙ୍ଗୋସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହା ମୌସୁମୀ ପ୍ରବେଶର ଅନୁକୂଳ ପରିବେଶ ସୃଷ୍ଟି କରିବ। ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେଣୁ ପ୍ରବଳ ବର୍ଷାର ପ୍ରଭାବରେ ରାଜ୍ୟର ଅଧିକାଂଶ ନଦୀରେ ବନ୍ୟା ଜଳ ଆସିପାରେ। ଏପରିକି ପାହାଡ଼ିଆ ଅଞ୍ଚଳରେ ଅତଡ଼ା ଖସିବା ଆଶଙ୍କା ଥିବା ବେଳେ, ସମୁଦ୍ର ଜୁଆରିଆ ଓ ଅଶାନ୍ତ ରହିବ। ୧୧ ତାରିଖ ପରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରିଦିଆଯାଇଛି। କ୍ଷୟକ୍ଷତି ରୋକିବା ଲାଗି ଆଗୁଆ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ସହିତ ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକ ପ୍ରସ୍ତୁତ ରଖିବା ଲାଗି କୁହାଯାଇଛି। ସେହିପରି ବନ୍ୟା ମୁକାବିଲା ପାଇଁ ଦୁର୍ବଳ ନଦୀବନ୍ଧ ଉପରେ ନଜର ରଖିବାକୁ କୁହାଯାଇଛି। ସହରାଞ୍ଚଳରେ ପାଣି ଖଲାସ କରିବା ଏବଂ ତଳିଆ ଅଞ୍ଚଳରେ ଯେମିତି ପାଣି ନ ଜମିବ ସେଥିପ୍ରତି ଦୃଷ୍ଟି ରଖିବା ଲାଗି ମଧ୍ୟ କୁହାଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ