Masthead

୧୧ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି, ସଜାଗ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ଓଡ଼ିଶାକୁ ଆସିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ପାଦ ଥାପିଛି ଦକ୍ଷିଣ ଓଡ଼ିଶାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ସମ୍ପୂର୍ଣ୍ଣ ପ୍ରବେଶ କରିଛି । ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀକୁ ଆଂଶିକ ଛୁଇଁଛି । ୩୬ ଘଣ୍ଟା ଭିତରେ ରାଜ୍ୟର ବାକି ଅଞ୍ଚଳରେ ବି ପହଞ୍ଚିବ ମୌସୁମୀ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ ।

ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ମୌସୁମୀ ଆଗମନ ସତ୍ୱେ ରାଜ୍ୟରେ ଏଯାଏଁ ବିଶେଷ ବର୍ଷା ହୋଇନି । ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜିଠୁ ବର୍ଷା ବଢ଼ିବ । ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲ୍ଲାର କିଛି ଜାଗାରେ ପ୍ରବଳରୁ ଅତି ପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଅଛି । ଏ ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି ଏହି ୯ ଜିଲ୍ଲାରେ । ଗଞ୍ଜାମ, କଟକ, ଅନୁଗୁଳ, ସମ୍ବଲପୁର, ବରଗଡ଼, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଏହାବାଦ୍‌ ରାୟଗଡ଼ା, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷାସମ୍ଭାବନା ଅଛି । ଏହି ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପଜନିତ ବର୍ଷା ନେଇ ବନ୍ୟା, ଭୂସ୍ଖଳନ ହେବାର ଆଶଙ୍କା ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ, ଜଳ ସମ୍ପଦ ବିଭାଗ ଏବଂ ଅନ୍ୟାନ୍ୟ ବିଭାଗ ପ୍ରସ୍ତୁତ, ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ସ୍ଥିତି ମୁକାବିଲା ପାଇଁ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା