Masthead

ୟୁଜି, ପିଜି ପରୀକ୍ଷାକୁ ନେଇ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ ସହ ଆଲୋଚନା କରିବେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ଦ ହୋଇ ପଡ଼ିଛି ରାଜ୍ୟରେ ସ୍କୁଲ କଲେଜ । ଅନଲାଇନ ଯୋଗେ କ୍ଲାସ କରୁଛନ୍ତି ଛାତ୍ରଛାତ୍ରୀ । ତେବେ କରୋନା ପାଇଁ କିଭଳି ପାଠପଢ଼ା ଜାରି ରହିବ, ସେ ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରୁଛି । ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର (ପିଜି)ର ନାମଲେଖା, ପାଠପଢ଼ା ଓ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ହେବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ ଏହି ବୈଠକର ଅଧ୍ୟକ୍ଷତା କରିବେ । ଲକଡାଉନ ବେଳେ ପାଠପଢ଼ା ସହିତ ୟୁଜି ବା ପିଜି ପରୀକ୍ଷାକୁ ନେଇ ମଧ୍ୟ କୁଳପତି ମାନଙ୍କ ମତାମତ ନିଆଯିବ ।

ସେପଟେ ଯୁକ୍ତ ଦୁଇ ଫଳାଫଳ ବାହାରିବା ପରେ ନାମଲେଖା କିପରି ହେବ ଏ ସଂକ୍ରାନ୍ତରେ ମଧ୍ୟ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କ ସହ ଆଲୋଚନା କରାଯିବ । ପରୀକ୍ଷା ନେଇ ଉଭୟ କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷମାନଙ୍କ ମତ ନିଆଯିବ । ଏହାପରେ ବିଭାଗ ପରୀକ୍ଷା ନେଇ ଚୂଡାନ୍ତ ନିଷ୍ପତ୍ତି ନେବ । ତେବେ କୋଭିଡ୍‌ ପାଇଁ ଭର୍ଚୁଆଲ୍‌ ମିଟିଂରେ ଆଲୋଚନା କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର