Masthead

ପ୍ରବଳ ବର୍ଷିବ ସତର୍କ ରୁହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୁକ୍ରବାର ଉତ୍ତ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ଆହୁରି ଘନୀଭୂତ ହେବା ସହ ଓଡ଼ିଶା ଦେଇ ଅତିକ୍ରମ କରିବ । ଏନେଇ ୬ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ପ୍ରଭାବରେ ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅବଶିଷ୍ଟ ଅଞ୍ଚଳକୁ ମୌସୁମୀ ସ୍ପର୍ଶ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ଉପକୂଳ ଓଡ଼ିଶାରେ ଗୋଟିଏ ପର୍ୟ୍ୟାୟରେ ବର୍ଷା ହେବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ୨ଟି ପର୍ୟ୍ୟାୟରେ ଏହି ଲଘୁଚାପଜନିତ ବର୍ଷା ହେବ । ଆଜି ଓ ୧୩ତାରିଖରେ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ଓ ୧୪ରୁ ୧୬ ତାରିଖରେ ସାରା ଓଡ଼ିଶାରେ ବର୍ଷା ହେବ ।

୧୭ରୁ ୧୮ ବା ୧୯ତାରିଖ ଯାଏ ପାଗ ପ୍ରାୟତଃ ଶୁଖିଲା ରହିବ। ଏହାପରେ ପୁଣି ୩ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । ୧୪ ଓ ୧୫ ତାରିଖରେ ପୁରୀ, ଖୋର୍ଧା, ଗଞ୍ଜାମ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଜଗତସିଂହପୁର, କଟକ, ଢେଙ୍କାନାଳ, ନୟାଗଡ଼, ଗଜପତି, ଆଭ୍ୟନ୍ତରୀଣ ଗଞ୍ଜାମ ଓ ରୟଗଡ଼ାରେ ଭାରି ବର୍ଷା ଓ କେତକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ବାକି ଅଞ୍ଚଳରେ ମଧ୍ୟମରୁ ଭାରି ବର୍ଷା ହେବ। ୧୬ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଆଜି ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଓ ଅନୁଗୁଳ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୬ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ