Masthead

ଜେଲରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱ(ବଡ଼ ଖବର ବ୍ୟୁରୋ): ଜେଲରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଝାରପଡ଼ା ଜେଲରୁ ବାହାରିଲେ ପ୍ରଦୀପ ପାଣିଗ୍ରାହୀ ।। ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଆଜି ଜେଲରୁ ବାହାରିଲେ। ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଥିଲେ। ତା’ସହିତ ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଗଣମାଧ୍ୟମରେ କୌଣସି ବିବୃତ୍ତି ନଦେବାକୁ ତଥା ସାକ୍ଷୀମାନଙ୍କୁ ଧମକଚମକ ନଦେବାକୁ ସର୍ତ୍ତ ରଖିଥିଲେ କୋର୍ଟ। ଡିସେମ୍ବର ୩ ତାରିଖରେ ପ୍ରଦୀପଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିଲା। ପୂର୍ବରୁ ୫ଟି ମାମଲାରେ ତାଙ୍କୁ ଜାମିନ ମିଳିଥିଲା। ଗତକାଲି ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା