ପ୍ରବଳ ବର୍ଷା, ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଶନିବାର ସଂପୂର୍ଣ୍ଣ ପୁରୀ ଜିଲ୍ଲାରେ ମୌସୁମୀ ସକ୍ରିୟ ହୋଇଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଖୋର୍ଦ୍ଧା ଓ ନୟାଗଡ଼ର କିଛି କିଛି ଅଞ୍ଚଳରେ ବର୍ଷା ହୋଇଥିବା ଜଣାଯାଇଛି। ଏଥିସହ କଟକ, ଯାଜପୁର ଓ ମୟୂରଭଞ୍ଜର କିଛି କିଛି ଅଞ୍ଚଳରେ ମଧ୍ୟ ମୌସୁମୀ ବର୍ଷା ହୋଇଥିବା ଜଣାପଡ଼ିଛି। ପହିଲି ରଜ ପୂର୍ବରୁ ସାରା ଓଡ଼ିଶାରେ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର। ସେହିପରି ୧୪ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ବରଗଡ଼ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ନେଇ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୫ତାରିଖ ଦିନ ବର୍ଷାର ବିସ୍ତୃତି କମିବ ଓ ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ