Masthead

ବାବା ଆଖଣ୍ଡଳମଣିଙ୍କ ପୀଠରେ ୧୪୪ଧାରା ଜାରି

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଆରଡିପୀଠ ଆଖଣ୍ଡଳମଣିଙ୍କ ମନ୍ଦିରରେ ଆଜି ବୈଦିକ ରୀତିନୀତି ଅନୁଯାୟୀ ଦେବଦମ୍ପତିଙ୍କର ବିବାହ ଅନୁଷ୍ଠିତ ହେଉଛି । ଏଥିପାଇଁ ମନ୍ଦିରରେ ଚାଲିଛି ସ୍ବତନ୍ତ୍ର ନୀତିକାନ୍ତି । ଭୋର ୪ଟାରେ ମନ୍ଦିର ଦ୍ବାରଫିଟା ଯିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି ହେବା ପରେ ହଳଦୀ, ଚନ୍ଦନ ଓ ସୁବାଷିତ ଜଳରେ ୨ୟ ମଙ୍ଗୁଳାନୀତି କରାଯାଇ ନବବସ୍ତ୍ର ଲାଗି କରାଯାଇଥିଲା। ତାହାସହ ମନ୍ଦିର ପ୍ରାଙ୍ଗଣରେ ଥିବା ମାତା ପାର୍ବତୀଙ୍କୁ ମଙ୍ଗୁଳାନୀତି କରାଯାଇ ନୂଆ ଶାଢି ପିନ୍ଧାଯାଇଥିଲା । ସେପଟେ ବରପିତା ଓ କନ୍ୟା ପିତାଙ୍କ ଘରକୁ ବାବା ଓ ମାତା ପାର୍ବତୀଙ୍କ ଚଳନ୍ତି ପ୍ରତିମା ହରଗୌରୀଙ୍କୁ ଲୋକାଚାରରେ ମହିଳାମାନେ ମଙ୍ଗୁଳା କାର୍ଯ୍ୟ କରିଛନ୍ତି।

ବିବାହ ପୂର୍ବରୁ ପାର୍ବତୀଙ୍କର ଭ୍ରାତା ଭାବେ ପବନସୁତ ହନୁମାନ ବରଧରା ହୋଇ ଏବେ ବରଘର ଅଭିମୁଖେ ବାହାରିଛନ୍ତି। ଚଳିତବର୍ଷ କୋଭିଡ କଟକଣା ଜାରି ରହିଥିବାରୁ ସୀମିତ ସେବାୟତଙ୍କ ଦ୍ବାରା ଏକ ସୁସଜ୍ଜିତ ବିମାନରେ ବରଧରା ଶୋଭାଯାତ୍ରା ଆରମ୍ଭ ହୋଇଛି। ପୂର୍ବପରି ବାଜା, ବାଣ ଓ ରୋଷଣୀ ଉପରେ ପ୍ରଶାସନ ପକ୍ଷରୁ ଅଙ୍କୁଶ ଲାଗିଥିବାରୁ ମାଙ୍ଗଳିକ ଘଣ୍ଟଘଣ୍ଟା ଦ୍ବାରା ମନ୍ଦିର ବେଢା ପରିକ୍ରମା କରାଯାଇ ବର ଘରେ ପହଁଚି ସେଠାରେ ବୈଦିକ ରୀତିନୀତିରେ ବିବାହ କାର୍ଯ୍ୟ ସମ୍ପର୍ଣ୍ଣ ହୋଇଛି । ମହାମାରୀ କରୋନାର ଭୟଭୟତାକୁ ନଜରେ ରଖି ପୀଠରେ ୧୪୪ଧାରା ଜାରୀ କରାଯିବା ସହ ବ୍ୟାପକ ପୋଲିସ ମୃତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି