Masthead

ବିୟର କ୍ୟାନରେ ଫସିଲା ଢ଼ମଣା

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଅନଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଗ୍ରାମରେ ଉମାକାନ୍ତ ବେହେରାଙ୍କ ବାଡିରେ ଏକ ଢ଼ମଣା ସାପ ପରିତ୍ୟକ୍ତ ବିୟର କ୍ୟାନ ଭିତରେ ମୁଣ୍ଡ ପୁରେଇ ଛଟପଟ ହେଉଥିଲା । ସାପଟିକୁ ଉଦ୍ଧାର କରିବା ପାଇଁ ଉମାକାନ୍ତ ସ୍ନେକ ହେଲ୍ପ ଲାଇନକୁ ଖବର ଦେଇଥିଲେ । ସ୍ନେକ ହେଳ୍ପ ଲାଇନ ସଦସ୍ୟ ହିମାଂଶୁ ଶେଖର ଦେହୁରୀ ଘଟଣା ସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ ।

ଏକ କଇଁଚି ସାହାଯ୍ୟରେ ବିୟର କ୍ୟାନକୁ କାଟି ବାହାର କରିବା ପରେ ସାପଟି ମୃତ୍ୟୁ ଫାଶରୁ ମୁକୁଳିଥିଲା । ସୌଭାଗ୍ୟବଶତଃ ସାପଟି ବେକରେ ଆଘାତ ଲାଗିନଥିଲା । ସାପଟିର ଲମ୍ବ ପ୍ରାୟ ସାଢ଼େ ୫ ଫୁଟ ହେବ । ସାପଟିକୁ ଗାଁ ଠାରୁ ଦୂରରେ ଏକ ପ୍ରାକୃତିକ ଆବାସ ସ୍ଥଳୀରେ ଛାଡି ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି